ଦୁର୍ବଳ ମୌସୁମୀ ଟ୍ରଫ୍‌ ଲାଇନ, ୧୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ରାଜ୍ୟରେ ଏବେ ଦୁର୍ବଳ ହୋଇଛି ମୌସୁମୀ ଟ୍ରଫ୍‌ ଲାଇନ । ଫଳରେ ରାଜ୍ୟରୁ ଏବେ ମୌସୁମୀ ଜନିତ ବର୍ଷା ଗାଏବ ହୋଇଯାଇଛି । ଆସନ୍ତା ୩ ଦିନ ମଧ୍ୟରେ ଦିନବେଳା ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ଅଧିକ ହେବାର ସମ୍ଭାବନା ରହିଛି

ଭୁବନେଶ୍ୱର: ରାଜ୍ୟରେ ଏବେ ଦୁର୍ବଳ ହୋଇଛି ମୌସୁମୀ ଟ୍ରଫ୍‌ ଲାଇନ । ଫଳରେ ରାଜ୍ୟରୁ ଏବେ ମୌସୁମୀ ଜନିତ ବର୍ଷା ଗାଏବ ହୋଇଯାଇଛି । ଆସନ୍ତା ୩ ଦିନ ମଧ୍ୟରେ ଦିନବେଳା ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ଅଧିକ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି । ବିଶେଷ କରି ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଦିନର ତାପାମାତ୍ରା ବୃଦ୍ଧି ସହ ଗୁଳୁଗୁଳି ଅସହ୍ୟ ହେବ ।

weather report

ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୩୦ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୨ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେପଟେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ୩ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ସୂଚନା ଅନୁସାରେ ଗତ ୨୮ ତାରିଖରେ ୧ ଦଶମିକ ୧ ମିମି ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ତୁଳନାରେ 92% କମ । ୨୭ ଜୁଲାଇରେ ୩ଦଶମିକ ୧ ମିମି ବର୍ଷା ରେକର୍ଡ ହୋଇଛି ଯାହାକି ସ୍ବାଭାବିକଠାରୁ ୭୫ ପ୍ରତିଶତ କମ। ସେହିପରି ୨୬ ଜୁଲାଇରେ ୫ ଦଶମିକ ୫ ମିମି ବର୍ଷା ରେକର୍ଡ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+