ବାତ୍ୟା ପରେ 30ରୁ ପୁଣି କାଳବୈଶାଖୀ, 5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତା 30 ତାରିଖରୁ କାଳବୈଶାଖି ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟର ୫ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ପାଣି
ଭୁବନେଶ୍ୱର: ବାତ୍ୟା ୟାଶ, ପରେ ପୁଣି କାଳବୈଶାଖୀ ଓ ପରେ ପରେ ପରେ ଆସିଯିବ ମୌସୁମୀ ବର୍ଷା । ବାତ୍ୟା ପରେ ରାଜ୍ୟରେ ଜାରି ରହିବ ବର୍ଷା । ଭିଜିବ ସାରା ରାଜ୍ୟ ।

ଆସନ୍ତା 30 ତାରିଖରୁ କାଳବୈଶାଖି ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟର ୫ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ମାଳଦ୍ୱୀପ କମୋରିନ୍ ଅଞ୍ଚଳ ସହ ଦକ୍ଷିଣପଶ୍ଚିମ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେଉଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର କେତେକ ଅଞ୍ଚଳରେ ଆଜି ସକାଳୁ ଦକ୍ଷିଣପଶ୍ଚିମ ବାୟୁ ସକ୍ରିୟ ହୋଇଛି । ମେ ୩୧ ସୁଦ୍ଧା ଦକ୍ଷିଣ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ସ୍ଥିତି ଉପୁଜିଥିବା ଆକଳନ କରିଛି ପାଣିପାଗ ବିଭାଗ ।
#Warning for Day-1,Day-4 & Day-5 pic.twitter.com/oy71BQyD6e
— Meteorological Centre, Bhubaneswar (@mcbbsr) May 27, 2021
ସେହିଭଳି କାଳବୈଶାଖୀ ନେଇ ୩୦ ତାରିଖ ପାଇଁ ଉତ୍ତର ଉପକୂଳ ଓଡ଼ିଶା ସହ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା ଘଡ଼ିଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications