ଆସୁଛି ବାତ୍ୟା: ଏହି ଜିଲ୍ଲାକୁ ଜାରି ହେଲା ଅରେଞ୍ଜ୍ ୱାର୍ଣ୍ଣିଂ
Weather Report: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଆସନ୍ତାକାଲି ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ହେଲା ଏହାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।
ସୂଚନା ଅନୁସାରେ, ଏହି ଗଭୀର ଅବପାତଟି ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ । ଯାହା ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହା ପାରାଦୀପ ଠାରୁ ୩୮୦ କିମି ଦୂରରେ ରହିଛି । ଆଜି ରାଜ୍ୟରେ ମେଘୁଆ ରହିଛି । କିଛି କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଜି କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳର ବର୍ଶା ହେବାର ସମ୍ଭାବନା ରହିଥିବାରୁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୁତନା ଅନୁସାରେ, ଗତ ୨୪ ଘଣ୍ଟାରେ ପାରାଦୀପରେ ୬.୯ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀରେ ମଧ୍ୟମ ଧରଣର ବର୍ଷା ହୋଇଛି । ଓଡ଼ିଶା ଉପକୂଳରେ ୪୦ରୁ ୫୦ କିମି ବେଗରେ ପରବ ହେଉଥିବା ନେଇ ସୂଚନା ରହିଛି । ଖରାପ ପାଗ ଯୋଗୁଁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ବାରଣ କରାଯାଇଛି ।
ସୂଚନାଥାଉ ଯେ, ଆଦି କଟକ-ଭୁବନେଶ୍ୱରରେ ପାଗ ମେଘୁଆ ରହିବ । ୧୦ ରୁ ୧୫ କିମି ବେଗରେ ପବନ ହେବା ସମ୍ଭାବନା ରହିଛି । ଆଜି ପୁରୀ, ଜଗତସିଂହପୁର, ଗଞ୍ଜାମ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଖୋର୍ଦ୍ଧା, ଭଦ୍ରକ, ଯାଜପୁର, ବାଲେଶ୍ୱର, ଗଜପତି, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଜିଲ୍ଲାରେ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।
17 ତାରିଖରୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଏବେ ଯେପରି ଶୀତ ଜାରି ରହିଛି, ଆଗାମୀ 4-5 ଦିନ ଏପରି ଶୀତ ଅନୁଭୂତ ହେବ । ଦକ୍ଷିଣପୂର୍ବ ପାଶ୍ୱର୍ବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଆଜି 20 ରୁ ଅଧିକ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ପବନର ବେଗ ଘଣ୍ଟା ପ୍ରତି 50-70 କିଲୋମିଟର ରହିବ । ସେଥିପାଇଁ ସମସ୍ତ ବନ୍ଦର ପାଇଁ 1 ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଫଳରେ 17 ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି ।












Click it and Unblock the Notifications