ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, 19 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବଂ ଲଘୁଚାପ ପରେ ସାରା ରାଜ୍ୟରେ ପୁଣି ତାତି ଫେରିଛି । ଖରା ସାଙ୍ଗକୁ ଗୁଳୁଗୁଳି ଲାଗି ରହିଛି । କିନ୍ତୁ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି । ମୌସୁମୀର ନିମ୍ନଚାପ ରେଖା ସ୍ୱାଭାବିକ ଠାରୁ ଦକ୍ଷିଣରେ ରହିଥିବାରୁ ଆଗାମୀ 24 ଘଣ୍ଟାରେ ଉପକୂଳ ଓଡ଼ିଶାର ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହୋଇପାରେ ।

ଏ ନେଇ 19 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ର ସମ୍ଭାବନା ରହିଛି ।
ସେହିଭଳି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି 4 ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ଆଲର୍ଟ ଦିଆଯାଇଛି । ପ୍ରବଳ ବର୍ଷା ନେଇ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାକୁ ଦିଆଯାଇଛି ୟେଲୋ ଆଲର୍ଟ ।
5 ତାରିଖରୁ ବଢିବ ବର୍ଷାର ପରିମାଣ । ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications