Weather Report: ତାତିରୁ ମିଳିବ ଆଶ୍ୱସ୍ତି, ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା...
ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । କାରଣ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଭୁବନେଶ୍ୱର: ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । କାରଣ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ପାଗ କୋହଲା ଓ ମେଘୁଆ ରହିଛି । ଆସନ୍ତା ଦୁଇ ଦିନ ଉତ୍ତର ଉପକୂଳ ଓଡ଼ିଶା ସମେତ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଆଦି ଅଞ୍ଚଳରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ଫଳରେ ଏହି ସବୁ ଅଞ୍ଚଳ ଅପେକ୍ଷାକୃତ ଥଣ୍ଡା ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି ।

କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ । ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିପାରେ। ଗତକାଲି ସବୁଠାରୁ ତତଲା ସହର ପାଲଟିଥିଲା ଟିଟିଲାଗଡ଼। ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ୪୧. ୬ ଡିଗ୍ରୀ ରେକର୍ଡ ହୋଇଥିଲା। ରାଜ୍ୟରେ ୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ା, ବଲାଙ୍ଗିର ଓ ବୌଦ୍ଧରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଏପରି ପାଗ ରହିପାରେ ।












Click it and Unblock the Notifications