ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବବନ, ସତର୍କ କଲା ପାଣିପାଗ କେନ୍ଦ୍ର

ପଶ୍ଚିମା-ଝଡ ପ୍ରଭାବରେ ରାଜ୍ୟର ୧୩ ଜିଲ୍ଲାରେ ବିଜୁଳି-ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଚେତାବନୀ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

weather report

ଭୁବନେଶ୍ୱର: ପଶ୍ଚିମା-ଝଡ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି-ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଚେତାବନୀ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ପଶ୍ଚମା ଝଡ଼ ପ୍ରାଭବରେ ରାଜ୍ୟରେ ଆଜିଠୁ ୧୮ ତାରିଖ ଯାଏଁ ୧୩ଟି ଜିଲ୍ଲରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ଜିଲ୍ଲାର ଲୋକମାନଙ୍କୁ ପାଣିପାଗ ଉପରେ ନଜର ରଖିବା ସହ ବିଜୁଳି ମାରିବା ସମୟରେ ନିରାପଦ ସ୍ଥାନରେ ଆଶ୍ରୟ ନେବା ପାଇଁ ଏବଂ ଚାଷୀମାନଙ୍କୁ ଅମଳ ଯୁକ୍ତ ରବି ଫସଲର ଅମଳ ପାଇଁ ପ୍ରାଧାନ୍ୟ ଦେବା ପାଇଁ ସୂଚନା ଦିଆଯାଇଛି ।

ବାୟୁମଣ୍ତଳର ମଧ୍ୟଭାଗର ପଶ୍ଚିମା-ନିମ୍ନଚାପ ଏବଂ ବଙ୍ଗୋପସାଗର ଅଞ୍ଚଳରୁ ବାୟୁମଣ୍ତଳର ନିମ୍ନ ଭାଗରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପରସ୍ପର ସଂସ୍ପର୍ଶରେ ଆସି ପ୍ରିତିକ୍ରିୟାଳୀଳ ଭାବେ ବିଜୁଳି-ଘଡଘଡି ଝଡ ପବନ ସୃଷ୍ଟି କରିବାରେ ସମ୍ଭାବନା ରହିଛି । ଆଜିଠୁ ରାଜ୍ୟର ୧୩ଟି ଜିଲ୍ଲା ଯଥା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, କଳାହାଣ୍ତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ାରେ ବିଜୁଳି ଘଡ ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଘଣ୍ଟା ପ୍ରତି ବେଗ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ସେହିପରି ୧୭ ତାରିଖରୁ ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର ଆଦି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆଜିଠୁ ୧୮ ତାରିଖ ପର୍ଯ୍ୟନ୍ତ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+