ଆଜିଠୁ ଭିଜିବ ସାରା ଓଡ଼ିଶା: ୧୮ ଯାଏଁ ଘଡ଼ଘଡ଼ି ସହ ବର୍ଷା, ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ
ଆଜିଠୁ ଭିଜିବ ରାଜ୍ୟ । ପଶ୍ଚିମାଝଡ଼ ପ୍ରଭାବରେ ସାରା ରାଜ୍ୟରେ ହେବ ବର୍ଷା । ୧୮ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର: ଆଜିଠୁ ଭିଜିବ ରାଜ୍ୟ । ପଶ୍ଚିମାଝଡ଼ ପ୍ରଭାବରେ ସାରା ରାଜ୍ୟରେ ହେବ ବର୍ଷା । ୧୮ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ତେବେ ପଶ୍ଚିମା ଝଡ଼ ପ୍ରଭାରେ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି,କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା।
ସେହିପରି ବର୍ଷା ପାଇଁ ଆଜି ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କନ୍ଧମାଳ, କଳହାଣ୍ଡି, ରାୟଗଡ଼ା ଏବଂ ନବରଙ୍ଗପୁରରେ ଝଡ଼ ପବନ ସହ ପ୍ରବଳ ବର୍ଷା ହେବ ।
ଅନ୍ୟପଟେ ଆସନ୍ତାକାଲି ଏବଂ ୧୭ ତାରିଖରେ ପୂରା ଓଡ଼ିଶାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି ୯ ଏବଂ ୧୭ ତାରିଖରେ ୧୩ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବ । ବିଶେଷ କରି ଉପକୂଳ ଓଡ଼ିଶାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି ।
ସେହିପରି ୧୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆଜିଠୁ ୧୮ ତାରିଖ ପର୍ଯ୍ୟନ୍ତ ବର୍ଷା ସହ କାଳ ବୈଶାଖା ହେବାର ସମ୍ଭାବନା ରହିଛି।
ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ଥିବାରୁ ଧନଜୀବନ ହାନି ହେବାର ଆଶଙ୍କା ରହିଛି । ଏଥିପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ବର୍ଷା ପାଇଁ ଆସିଛି ଖୁସି ଖବର । ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥିବାରୁ ବର୍ଷାରେ ବନାଗ୍ନି ଲିଭିବାର ଆଶା ରହିଛି ।












Click it and Unblock the Notifications