୧୦ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି,ବୌଦ୍ଧ ଓ ରାୟଗଡ଼ା ରହିଛି। ଏହି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାଦେଇଛି।
ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।












Click it and Unblock the Notifications