For Quick Alerts
Turn On Notification  
For Daily Alerts
Oneindia App Download

ତାତିରୁ ମିଳିବ ଆଶ୍ୱସ୍ତି, କାଳବୈଶାଖୀ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବର୍ଷା ଓ ବଜ୍ରପାତ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

|

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି। କାଳବୈଶାଖୀ ଜନିତ ବର୍ଷା ପ୍ରଭାବରେ କମିବ ତାପମାତ୍ରା। ଉପାନ୍ତରୁ ଉପକୂଳ ସବୁଠି ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ। ସ୍ୱଳ୍ପ ଓ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ମାରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

weather report

ଏହାର ପ୍ରଭାବ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରେ ଦେଖିବାକୁ ମିଳିବ। ବର୍ଷା ଓ ବଜ୍ରପାତ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ଗତ ଦୁଇଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ୪୩.୧ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। କେବଳ ବୌଦ୍ଧ ନୁହେଁ, ରାଜଧାନୀ ଭୁବନେଶ୍ୱର ସମେତ ଅନୁଗୋଳ, ଟିଟିଲାଗଡ଼, ବାରିପଦା, ବଲାଙ୍ଗିର, ତାଳଚେର, ସୋନପୁର ଆଦି ୧୫ଟି ସହରର ତାପମାତ୍ରା ୪୦ ଉପରେ ରହିଛି। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଦିନ ୧୧ଟା ବେଳକୁ ଘରୁ ବାହାରି ହେଉନି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
weather report: Yellow Warning to 10 District
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X