କାଳବୈଶାଖୀ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ୱର: ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାରେ ବର୍ଷା ସମ୍ଭାବନା । ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସମ୍ଭାବନା । ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ଥିବାରୁ ଚାଷୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
ସେପଟେ ଗତକାଲି ୧୯ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ୬ଟି ସ୍ଥାନରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଥିଲା । ଚଳିତ ବର୍ଷ ତାପମାତ୍ରାରେ ସୋନପୁର ସହର ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସହ ରେକର୍ଡ ସୃଷ୍ଟି କରିଥିଲା । ତା ପରେ ବଲାଙ୍ଗିରରେ ତାପମାତ୍ରା ଥିଲା ୪୪ ଡିଗ୍ରୀ ସେଲସିୟସ ରହିଥିଲା ।












Click it and Unblock the Notifications