ଆସନ୍ତାକାଲିଠୁ ବଢିବ କାଳବୈଶାଖି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତାକାଲି (ସୋମବାର) ଠାରୁ ରାଜ୍ୟରେ ବଢିବ କାଳବୈଶାଖି ବର୍ଷା। ଏଥିପାଇଁ ୧୫ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭୁବନେଶ୍ୱର: ଆସନ୍ତାକାଲି (ସୋମବାର) ଠାରୁ ରାଜ୍ୟରେ ବଢିବ କାଳବୈଶାଖି ବର୍ଷା। ଏଥିପାଇଁ ୧୫ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ପବନ ପାଇଁ ସତର୍କତା ଜାରି କରାଯାଇଛି।
ଟ୍ରପଲାଇନ୍ ପ୍ରଭାବରେ କାଳବୈଶାଖି ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୦ ତାରିଖରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବେ ରାଜ୍ୟରେ ପ୍ରାକ୍ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୧୧ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।












Click it and Unblock the Notifications