ବଦଳିଯିବ ପାଗ, ପୂଜାରେ ପ୍ରବଳ ବର୍ଷା!ଏସବୁ ଜିଲାକୁ ଆଲର୍ଟ ଜାରି
ଦୁର୍ଗାପୂଜାରେ ଓଡ଼ିଶାରେ ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଅନୁଯାୟୀ, ଅକ୍ଟୋବର ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବ। ଆଇଏମ୍ଡି ପୂର୍ବାହ୍ନ ବୁଲେଟିନ୍ରେ କହିଛି, ୩୦ ସେପ୍ଟେମ୍ବରରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ସାଇକ୍ଲୋନିକ୍ ସର୍କୁଲେସନ୍ ସୃଷ୍ଟି ହେବ ଏବଂ ୧ ଅକ୍ଟୋବର ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପଶ୍ଚିମବଙ୍ଗ-ବାଂଲାଦେଶ କିମ୍ବା ଓଡ଼ିଶା ଉପକୂଳ ଆଡ଼କୁ ଗତି କରିପାରେ। ରିପୋର୍ଟ ଅନୁଯାୟୀ, ଏହା ଅକ୍ଟୋବର ୨ରେ ଡିପ୍ରେସନ୍ରେ ପରିଣତ ହୋଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିପାରେ।
ଅକ୍ଟୋବର ୧ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୨ ତାରିଖ ପାଇଁ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।ସେହିପରି ଅକ୍ଟୋବର ୩ ତାରିଖ ପାଇଁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।












Click it and Unblock the Notifications