Weather Update: ୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇପାରେ ଲଘୁଚାପ। ପରବର୍ତ୍ତୀ ସମୟରେ ଲଘୁଚାପଟି ଅଧିକ ଘନୀଭୂତ ହେବା ସମ୍ଭାବନା। ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା।
ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପରବର୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି












Click it and Unblock the Notifications