ଉପକୂଳ ଓଡ଼ିଶାରେ ଲଗାଣ ବର୍ଷା, ୨ ଦିନ ଯାଏଁ ୭ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ରାଜ୍ୟର ଅନେକ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ସେପଟେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ୱେଲ ମାର୍କଡ ଲୋ ପ୍ରେସର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୧୨ ଘଣ୍ଟାରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି ।
ସେପଟେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Odisha Weather Update

ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଦ୍ୟ ପ୍ରେସ୍ ରିଲିଜ୍‌ରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି।

ସେହିଭଳି କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏହି ସବୁ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆଉ ୬ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏହି ସବୁ ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ। ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+