ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ, ଘନ କୁହୁଡି ପାଇଁ ସତର୍କ ସୂଚନା ଜାରି

Odisha Weather: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । କୋରାପୁଟ୍, କନ୍ଧମାଳ, ସୁନ୍ଦରଗଡ଼, ମୟୂରଭଞ୍ଜରେ ପ୍ରବଳ ଶୀତ ଅନୁଭୂତ ହେଉଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏପରି ଶୀତ ଲହରୀ ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।


ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଘନ କୁହୁଡି ପାଇଁ ଆଜି ୨୦ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାଗୁଡିକ ହେଲେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ଗଜପତି, ଗଞ୍ଜାମ, କଳାହାଣ୍ତି, କନ୍ଧମାଳ, ବୌଦ୍ଧ, ସୋନପୁର, କୋରାପୁଟ, ବଲାଙ୍ଗିର । ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Weather update

ତେବେ ସମସ୍ତ ଜିଲ୍ଲାରେ ଦୃଶ୍ୟମାନ କ୍ଷମତା ୫୦ ମିଟର କିମ୍ବା ତା'ଠାରୁ କମ୍ ହୋଇପାରେ । ଘନ କୁହୁଡି ସତର୍କତା ପରେ ପୋଲିସ ଓ ପରିବହନ ବିଭାଗକୁ ସତର୍କ କରାଇଛନ୍ତି ଏସଆରସି । ଗାଡି ଚଳାଚଳ ଉପରେ ନଜର ରଖିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲଗାତର ଏକ ସପ୍ତାହ ଧରି ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ଧିରେ ଧିରେ ଦୁର୍ବଳ ହେଉଛି । ଫଳରେ ରାତିର ତାପମାତ୍ରା ସାମାନ୍ୟ ବଢିପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+