Get Updates
Get notified of breaking news, exclusive insights, and must-see stories!

କୁହୁଡ଼ି ବଳୟୟରେ ଟ୍ୱିନ୍ ସିଟି, ଆହୁରି 2 ଦିନ କଲବଲ କରିବ କୁହୁଡ଼ି

Weather Update: କଲବଲ କରୁଛି କୁହୁଡ଼ି । ଚାରିଆଡ଼େ କୁହୁଡ଼ିର ଧଳା ଆବରଣରେ ଢାଙ୍କି ହୋଇ ରହୁଛି ଆକାଶ । ଆଜି ରାଜ୍ୟର ଟ୍ୱିନ୍ ସିଟିରେ ଦେଖିବାକୁ ମିଳିଛି ଘନ କୁହୁଡ଼ି । ଏହା ସହ ରାଜ୍ୟର ଅନେକ ଅଞ୍ଚଳରେ କୁହୁଡ଼ି ଆସ୍ତରଣ ପଡ଼ିରହୁଛି । ବିଶେଷ କରି ଭୋର୍ ସମୟରେ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି ।

fog

ଉପକୂଳ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ଘନ କୁହୁଡି ଅନୁଭୂତ ହେଉଛି । ଘନ କୁହୁଡି ଯୋଗୁଁ ଯାତାୟାତରେ ବାଧାପ୍ରାପ୍ତ ହୋଇଛି । 100 ମିଟର ଆଗକୁ କିଛି ଦେଖାଯାଉନାହିଁ । ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ତେବେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ କଲବଲ କରିବ କୁହୁଡ଼ି । ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର ।

ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡି ଦେଖାଦେବ । ବାୟୁ ମଣ୍ଡଳରେ ଜଳୀୟବାଷ୍ପ ବୃଦ୍ଧି ପାଉଥିବାରୁ ସକାଳ ସମୟରେ ଘନ କୁହୁଡି ଦୃଶ୍ୟମାନ ହେଉଛି । ସେପଟେ କୁହୁଡି ପାଇଁ ଯାନବାହାନ ଚଳାଚଳ ଉପରେ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

ପିପିଲି ଡେଲାଙ୍ଗ ଅଞ୍ଚଳର ଲୋକେ ମଧ୍ୟ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥରେ ଗମନାଗମନରେ ବାଧା ଉପଜିଛି । କୁହୁଡି ଯୋଗୁ ପରିବା ଚାଷ ନଷ୍ଟ ହେବାର ଆଶଙ୍କା ସୃଷ୍ଟି ହେବାର ଆଶଙ୍କା ରହିଛି । ଏନେଇ ଚାଷୀ ଚିନ୍ତାରେ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+