ଆହୁରି 2 ଦିନ ଘନ କୁହୁଡ଼ି, 10 ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ରାଜ୍ୟରେ ଶୀତ ସାମାନ୍ୟ କମିଥିବା ବେଳେ ଅସ୍ତବ୍ୟସ୍ତ କରୁଛି ଘନ କୁହୁଡ଼ି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ଦେଖୁବାକୁ ମିଳୁଛି । ଆଗାମୀ 2 ଦିନ ପର୍ଯ୍ୟନ୍ତ ମଧ୍ୟ ଘନ କୁହୁଡ଼ି ଆବରଣ ରହିବା ନେଇ ସତର୍କତା ଜାରି କରାଯାଇଛି ।

ଆଜି ଘନ କୁହୁଡି ପାଇଁ 10ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି 4 ତାରିଖରେ ଘନ କୁହୁଡି ନେଇ 6 ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।
ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା 50-200 ମିଟର ମଧ୍ୟରେ ରହିବ । ବାକି ଓଡ଼ିଶାର କିଛି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ବର୍ତ୍ତମାନ ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ଅଧିକ ରହୁଥିବାରୁ ଏଭଳି ପରିସ୍ଥିତି ଦେଖାଦେଇଛି । ପାଣିପାଗ କେନ୍ଦ୍ରର ସତର୍କତା ପରେ ପୋଲିସ ଡିଜି ଏବଂ ପରିବହନ ବିଭାଗକୁ ଚିଠି ଲେଖିଛନ୍ତି ଏସ୍ଆରସି ।
ଘନ କୁହୁଡି ସମୟରେ ଗାଡି ଚଳାଚଳ ଉପରେ ନଜର ରଖିବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ଆଜି ସକାଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ନଥିବାରୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।
-
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ












Click it and Unblock the Notifications