ଆଜି ବି କୋହଲା ପାଗ କୁ ବର୍ଷା, 12ଟି ଜିଲ୍ଲାରେ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ଲାଗି ରହିଛି । ତା ସହ ଘନ କୁହୁଡ଼ି ଆବରଣରେ ଢାଙ୍କି ହୋଇ ରହୁଛି ଅନେକ ଜିଲ୍ଲା । ଆଜି ବି ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିବ । ଏଥିପାଇଁ 16 ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପଶ୍ଚିମା ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା । ଆଜି 16 ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିବ । ସେହି ଜିଲ୍ଲା ଗୁଡ଼ିକ ହେଲା କନ୍ଧମାଳ,କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର, ବଲାଙ୍ଗିର,ଖୋ଼ର୍ଦ୍ଧା ,କଟକ, ପୁରୀ, ନୟାଗଡ଼, ଜଗତସିଂହପୁର, ଢେଙ୍କାନାଳ, ରାୟଗଡ଼ା ,କୋରାପୁଟ ଓ କେନ୍ଦ୍ରାପଡ଼ା ।
ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ 24 ଘଣ୍ଟା ମଧ୍ୟରେ ରାଜ୍ୟର 12 ଜିଲ୍ଲାରେ ଘନକୁହୁଡ଼ି ଦେଖାଦେବ । ଏପରିକି ଦୃଶ୍ୟମାନ କ୍ଷମତା 200 ମିଟର ପର୍ଯ୍ୟନ୍ତ ରହିବ । ଘv କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ 24 ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନକୁହୁଡ଼ି ଦେଖାଯିବ ।
ସେହିପରି ଜାନୁଆରି 25 ସକାଳ 8.30 ରୁ ପରବର୍ତ୍ତୀ 24 ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, କେନ୍ଦୁଝର, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କଟକ ଜିଲ୍ଲାରେ କୁହୁଡ଼ି ଦେଖାଯିବ । ଘନକୁହୁଡ଼ିର ଭିଜିବିଲିଟି 50-200 ମିଟର ରହିବ ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ବଙ୍ଗୋପସାଗର ଓ ତା'ର ଆଖପାଖ ଅଞ୍ଚଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏହାଛଡ଼ା ଆଉ ଏକ ନିମ୍ନଚାପ ରେଖା ଆଭ୍ୟନ୍ତରୀଣ କର୍ଣ୍ଣାଟକରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ଲମ୍ୱିଛି । ଏହି ଦୁଇ ପ୍ରକାର ପାଣିପାଗ ପ୍ରଭାବରେ ଆଗମୀ 24 ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆଜି କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଏହା ବ୍ୟତୀତ ଆଗାମୀ 24 ଘଣ୍ଟାରେ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ବର୍ତ୍ତମାନ ଦିନ ଓ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହୋଇନାହିଁ । ଦିନ ତମାମ ଥଣ୍ଡା ଅନୁଭୂତ ହେଉଛି ।
-
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ଯୁଦ୍ଧର ବଡ଼ ପ୍ରଭାବ ; ମିଳୁନି କ୍ରିକେଟ୍ ବଲ୍; ନୂଆ ସିଜିନ୍ ପୂର୍ବରୁ ବଢିଲା ଟେନସନ୍ -
୫ ବିଶ୍ୱନେତାଙ୍କ ସହ କଥା ହେଲେ ମୋଦି -
ଗୃହକୁ ୧୧ଟା ୩୦ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ












Click it and Unblock the Notifications