ଆସନ୍ତା 24 ଘଣ୍ଟାରେ ପ୍ରବଳ ବର୍ଷିବ, 11 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ଲାଗି ରହିଛି । ବର୍ତ୍ତାମାନ ଆହୁରି 5 ଦିନ ଧରି ଲାଗି ରହିବ ବର୍ଷା । ଏପରିକି ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏ ପରିସ୍ଥିତିରେ ମୌସୁମୀ ନିମ୍ନ ଚାପ ରେଖା ଆଜି ରାଜସ୍ଥାନର ବିକେନାରରୁ ବାହାରି ଆଲୱାର୍, ଗଓ୍ଵାଲିୟର, ସିଦ୍ଧି, ଡାଲଟନଗଞ୍ଜ ଏବଂ ପଶ୍ଚିମବଙ୍ଗର ଶାନ୍ତିନିକେତନ ଦେଇ ପୂର୍ବ-ଦିଗରେ ଦକ୍ଷିଣ ମିଜୋରାମ ଯାଏଁ ଲମ୍ବିଛି। ଏହା ବାୟୁମଣ୍ଡଳର 0.9 କିଲୋମିଟର ଯାଏଁ ବ୍ୟାପିଛି ।
ଏହାର ପ୍ରଭାବରେ ଅସନ୍ତା 5 ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଶନିବାର ଅପରାହ୍ନ ମଧ୍ୟରେ ଓଡ଼ିଶାର 11 ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନାରେ କୁହାଯାଇଛି ।
ରାଜ୍ୟର ବାଲେଶ୍ୱର ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ପ୍ରଭୃତି 11ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।












Click it and Unblock the Notifications