ଆସୁଛି ଆଉ ଏକ ଲଘୁଚାପ, 9 ରୁ ବଢିବ ବର୍ଷା ପରିମାଣ
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ଅଛି ମୌସୁମୀ । ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ଲାଗି ରହିଛି । ଏହି ସମୟରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ । ଫଲରେ ଆଗାମୀ ଦିନରେ ବର୍ଷାର ପରିମାଣ ବଢିବ ।
ଆସନ୍ତା 9 ତାରିଖରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ଫଳରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ମୌସୁମୀ ନିମ୍ନଚାପରେଖା ଏବେ ଉତ୍ତର ଓଡ଼ିଶାର ବାଲେଶ୍ୱର ଦେଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାସହ ଘୁର୍ଣ୍ଣିବଳୟଟି ଗାଙ୍ଗେୟ ଉପତ୍ୟକାରୁ ଉତ୍ତର ଓଡ଼ିଶା ପର୍ଯ୍ୟନ୍ତ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା 4 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରିକରିଛି ପାଣିପାଗ କେନ୍ଦ୍ର ।
ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଏହାସହ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପାଖାପାଖି 7-200 ସେମି ବର୍ଷା ରେକର୍ଡ ହେବାର ପୂର୍ବାନୁମାନ କରାଯାଇଥିବାବେଳେ ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।












Click it and Unblock the Notifications