କାଲି ଠୁ ଭିଜିବ ଓଡ଼ିଶା, ତାତିରୁ ତ୍ରାହି ଦେବ ମୌସୁମୀ ବର୍ଷା

ଭୁବନେଶ୍ୱର: ପ୍ରଚଣ୍ଡ ଖରା ଓ ତାତିରୁ ମିଳିବ ତ୍ରାହି । କାଲିଠୁ ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ଏବେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି । ଫଳରେ ଆଗକୁ ଆଉ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ନଥିବା ବେଳେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷାରେ ସାରା ରାଜ୍ୟ ଭିଜିବାର ସମ୍ଭାବନା ରହିଛି ।

Rain

ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତାକାଲି ଠାରୁ 24 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । 21 ତାରିଖରେ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ବ୍ୟତୀତ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି । 23 ଓ 24 ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (7-20 ସେମି) ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

22 ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । 23 ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ହେବାକୁ ଥିବା ବେଳେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

ସେହିପରି 24 ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ବରଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ହେବାକୁ ଥିବା ବେଳେ ସୁନ୍ଦରଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବର୍ଷା ଯୋଗୁଁ ତାପମାତ୍ରା ଆଗାମୀ 3 ଦିନ 3-5 ଡିଗ୍ରୀ ଯାଏଁ ହ୍ରାସ ପାଇବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+