ପୁଣି ସକ୍ରିୟ ହେଲା ମୌସୁମୀ, ଆଜି ଠାରୁ 5 ଦିନ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଦକ୍ଷିଣ- ପଶ୍ଚିମ ଦିଗକୁ ଗତି କରିବା ସହ ସକ୍ରିୟ ରହିଛି ।

ଏହାର ପ୍ରଭାବରେ ମୌସୁମୀ ପୁଣି ସକ୍ରିୟ ହୋଇଚି । ଫଲରେ ଆଜି କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

Monsoon

ଏହା ପରେ 6 ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା 24 ଘଣ୍ଟା ମଧ୍ୟରେ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+