Get Updates
Get notified of breaking news, exclusive insights, and must-see stories!

ସକ୍ରିୟ ଲଘୁଚାପ ଫଳରେ ରାଜ୍ୟ ସାରା ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ 7.6 କିମି ଉଚ୍ଚତା ଯାଏଁ ବ୍ୟାପିଛି । ଫଲରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଏପରିକି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

rain

ସକ୍ରିୟ ଲଘୁଚାପ ପ୍ରଭାବରେ ଆଗାମୀ ଦୁଇଦିନ ରାଜ୍ୟରେ ବିସ୍ତୃତି ବର୍ଷା ହେବା ନେଇ ଆକଳନ କରାଯାଇଛି । ଆଜି କିଛି ଆଭ୍ୟନ୍ତରୀଣ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ (7-20 ସେମି) ବର୍ଷା ତଥା ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ (20 ସେମିରୁ ଅଧିକ) ବର୍ଷା ର ସମ୍ଭାବନା ଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ଲଘୁଚାପ ପ୍ରଭାବରେ ଆଗାମୀ ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଦୁଇ ଦିନ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି ।

ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ସାରା ରାଜ୍ୟରେ ମୌସୁମୀ ପ୍ରବେଶ କରିବା ପରେ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠାରୁ (ରବିବାର) ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଳାକୁ ବର୍ଷା ଜନିତ ସତର୍କ ସୂଚନା ଜାରି କରାଯାଇଛି । ଅନ୍ୟପଟେ ଓଡିଶାକୁ ମୌସୁମୀ ବାୟୁ ପ୍ରବେଶ କରି ସାରିଥିବାବେଳେ ବଙ୍ଗୋପସାଗରରେ ଆସୁଥିବା ଲଘୁଚାପ ଏହାକୁ ଆହୁରି ସକ୍ରିୟ କରିବ ।
ଅପରପକ୍ଷରେ ସାରା ଓଡ଼ିଶାରେ ଅଗ୍ରସର ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ରହିବା ସହ ବର୍ଷା ଲାଗି ରହିଛି । ଏପରିକି ଆଗାମୀ 4 ଦିନ ଯାଏଁ ଏପରି ବର୍ଷା ଲାଗି ରହିବ । ଏ ନେଇ ଆକଳ କରିଛି ପାଣିପାଗ ବିଭାଗ ।

ଆସନ୍ତା 27 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ ବୋଲି ଅନୁମାନ କରାଯାଉଛି । ଏ ନେଇ 19 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ସୁବର୍ଣ୍ଣପୁର, ସମ୍ବଲପୁର, ବାଲେଶ୍ୱର, ନୟାଗଡ଼, ଅନୁଗୁଳ, କନ୍ଧମାଳ, ଭଦ୍ରକ, ପୁରୀ, ବୌଦ୍ଧ, ଦେବଗଡ଼,କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

28 ତାରିଖରେ ବି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗିରହିବ । ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ସହ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଲଘୁଚାପ ଯୋଗୁଁ 25-27 ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି 45-55 କିମି ବେଗରେ ପବନ ବହିବ । ତେଣୁ ମତ୍ସ୍ୟଜୀବୀମାନେ ସମ୍ପୃକ୍ତ ଅଞ୍ଚଳକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+