ଫେରିଯିବ ମୌସୁମୀ, ଶୁଖିଲା ରହିବ ପାଗ
ଭୁବନେଶ୍ୱର: ଫେରିଯିବ ମୌସୁମୀ । ଶୁଖିଲା ରହିବ ପାଗ । ଆସନ୍ତା 5 ଦିନ ଯାଏଁ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ । ତାପମାତ୍ରା ବୃଦ୍ଧି ସହ ପାଗ ଶୁଖିଲା ରହିବ । ଆକାଶ ନିର୍ମଳ ରହିବା ଯୋଗୁଁ ଖରାର ପ୍ରକୋପ ଅଧିକ ରହିବ ।

ଦିନର ସର୍ବୋଚ୍ଚ ତାପମାତ୍ରା 33 ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା 25 ଡିଗ୍ରି ମଧ୍ୟରେ ରହିବ । ଆସନ୍ତା 15 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବା ତା'ଠାରୁ ଟିକେ ଅଧିକ ବର୍ଷା ହୋଇପାରେ । ଆଜି ଓ କାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ 7 ତାରିଖରୁ ସାରା ଓଡ଼ିଶାରେ ଶୁଖିଲା ପାଗ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହେବା ପରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । କାଲି ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡରେ ହାଲୁକା ବର୍ଷା ହେବ । ୭ ତାରିଖରୁ ବର୍ଷାର ପରିମାଣ କମିବା ସହ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ ।
ଓଡ଼ିଶାକୁ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ବଢିଥିବା ବେଳେ ବାୟୁମଣ୍ଡଳରୁ କମୁଛି ଜଳୀୟବାଷ୍ପର ପରିମାଣ । ଏହାସହ ଉତ୍ତର ପଶ୍ଚିମ ଭାରତରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଫଳରେ ଆସନ୍ତା 9 ତାରିଖରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୁଳ ହୋଇଛି । ଚଳିତ ବର୍ଷ ଜୁନ୍ 22 ରେ ଓଡ଼ିଶା ଛୁଇଁଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।
8 ଦିନ ବିଳମ୍ବରେ ଆସିଥିଲେ ମଧ୍ୟ 5 ଦିନ ପୂର୍ବରୁ ଫେରିଯିବା ନେଇ ଆକଳନ କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜସ୍ଥାନ, ଗୁଜୁରାଟ, ହରିଆନା, ପଞ୍ଜାବ ସମେତ ମଧ୍ୟପ୍ରଦେଶ, ଜାମ୍ମୁ-କାଶ୍ମୀରର କେତେକ ଅଞ୍ଚଳରୁ ସମ୍ପୂର୍ଣ୍ଣ ରୂପରେ ଅପସାରଣ ହୋଇଛି । ଓଡ଼ିଶାରେ ମୌସୁମୀ ଫେରିବାର ସ୍ବାଭାବିକ ସମୟ ଅକ୍ଟୋବର 15 ଥିବା ବେଳେ 5 ଦିନ ପୂର୍ବରୁ ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications