ବଢିବ ବର୍ଷା ! ଦିନକ ପରେ ପୁଣି ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ଦିନ ଧରି ବର୍ଷା ଲାଗି ରହିଛି । ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଛି । ଫଳରେ ବର୍ଷା ପରିମାଣ ସାମାନ୍ୟ କମିଛି । ଏଥି ମଧ୍ୟରେ ପୁଣି ବଢିବ ବର୍ଷା ପରିମାଣ ।

ଦିନକ ପରେ ଅର୍ଥାତ୍ ଆସନ୍ତା 29 ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ 30 ତାରିଖ ବେଳକୁ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ 2ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

rain

29 ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ 70 ରୁ 110 ମିମି ବର୍ଷା ଆଶଙ୍କା ଅଛି ।

ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଏହା ପରେ 30 ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର ଓ ବଲାଙ୍ଗୀରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । 1 ଓ 2 ତାରିଖରେ ବର୍ଷାର ବିସ୍ତୃତି ବଢ଼ିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗତକାଲି ବରଗଡ଼, କୋରାପୁଟ ଓ ନବରଙ୍ଗପୁରରେ ବର୍ଷା ହୋଇଥିଲା ।

ପୂର୍ବାନୁମାନ ଅନୁସାରେ, ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ 29 ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଫଳରେ ବର୍ଷା ପରିମାଣ ବଢିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+