ବର୍ଷା ଓ ବଜ୍ରପାତ ନେଇ ଆସନ୍ତା 3 ଘଣ୍ଟା ଯାଏଁ 7 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି । 7 ଟି ଜିଲ୍ଲା ପାଇଁ ଜାରି ହୋଇଛି ସତର୍କତା ।
ଭୁବନେଶ୍ୱର: ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି । 7 ଟି ଜିଲ୍ଲା ପାଇଁ ଜାରି ହୋଇଛି ସତର୍କତା । ଆଗାମୀ ୩ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ଘଡଘଡି ସହ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି । ଫଳରେ ଏହି 7 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗାମୀ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ତାରିଖ ଯାଏ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ।












Click it and Unblock the Notifications