ଆସନ୍ତା 5 ଦିନ ତାତିରେ ଲାଗିବ ବ୍ରେକ୍ସ, ଏହି ସବୁ ସ୍ଥାନରେ ହେବ ବର୍ଷା

Weather Update: ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଲାଗି ରହିଥିବା ତାତିରେ ଲାଗିଛି ବ୍ରେକ୍ । ଖରାର ପ୍ରକୋପ ସାମାନ୍ୟ ହ୍ରାସ ହେବ ସହ କିଛି ସ୍ଥାନରେ ବର୍ଷା ହୋଇଛି । ଏମିତିକି ରାଜ୍ୟରେ ଆଗାମୀ 5 ଦିନ ପର୍ଯ୍ୟନ୍ତ ପାଣିପାଗରେ ସେତେଟା ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରାଯାଇଛି ।

Rain

ବର୍ତ୍ତମାନ ଯେତିକି ତାପମାତ୍ରା ରେକର୍ଡ ହେଉଛି ସେତିକି ମଧ୍ୟରେ ରହିବ ତାତି । ଏହା ସହ ରାଜ୍ୟରେ ଏବେ ପଶ୍ଚିମାଝଡ ସକ୍ରିୟ ଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ଦେବଗଡ ରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 6 ତାରିଖରେ ସାରା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

ଏହା ପରେ 7 ଓ 8 ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଘଡଘଡି ବିଜୁଳି ସହ ବର୍ଷା ହେବ । ବର୍ଷା ହେଲେ ମଧ୍ୟ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସାମାନ୍ୟ ତାତି ରହିବ । ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଏବଂ ନବରଙ୍ଗପୁର ରେ ସ୍ବାଭାବିକ ଠାରୁ 2-4 ଡିଗ୍ରୀ ପର୍ଯ୍ୟନ୍ତ ଉପରେ ରହିବ ତାତି । ଉଭୟ ଦିନ ଓ ରାତ୍ରି ର ତାପମାତ୍ରା ଅଧିକ ରହିବ ।

ଗତ 24 ଘଣ୍ଟା ମଧ୍ୟରେ ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଅପରପକ୍ଷରେ ଗତକାଲି 37 ଡିଗ୍ରୀ ସେଲସିୟସ ସହ ପାରଳାଖେମୁଣ୍ଡି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ଭୁବନେଶ୍ୱରର ତାପମାତ୍ରା 35.2 ରହିଥିବା ବେଳେ, କଟକରେ 36.8 ରହିଥିଲା ତାପମାତ୍ରା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+