ଦୁଇ ଦିନ ପରେ ପୁଣି ବଢିବ ବର୍ଷାର ପରିମାଣ, ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର : ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେବା ପରେ ଗତ ଦୁଇ ଦିନ ଧରି ପାଗ ଶୁଖିଲା ରହିଛି । କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହୋଇଛି । ଆଗାମୀ ଦୁଇ ଦିନ ଧରି ପାଗ ଏପରି ରହିବ । ତା ପରେ 3 ତାରିଖରୁ ପୁଣି ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।

ଉପକୁଳ ଓଡ଼ିଶାର ପୁରୀ, ଜଗତସିଂହପୁର, କେନ୍ଦୁଝର, କେନ୍ଦ୍ରାପଡା ଏବଂ ମୟୁରଭଞ୍ଜ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
2 ଓ 3 ତାରିଖରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି 4 ଓ 5 ତାରିଖ ବେଳକୁ ଉପରୋକ୍ତ ଜିଲ୍ଲା ସମେତ ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର,କଳାହାଣ୍ଡି, ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।












Click it and Unblock the Notifications