ପୁଣି ବଦଳିବ ପାଣିପାଗ, ଫେରିବ କୋହଲା ପାଗ... ହେବ ବର୍ଷା
Weather Update: ରାଜ୍ୟରେ ପୁଣି ବଦଳିବ ପାଗ । ଲାଗି ରହିବ କୋହଲା ପାଗ ସାଙ୍ଗକୁ ବର୍ଷା । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ଏଭଳି ପାଗ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବୁଧବାର ଠାରୁ ହିଁ ବଦଳିବ ରାଜ୍ୟର ପାଗ । ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ହେବ । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ଏଭଳି ପାଗ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଥିବା ବେଳେ କାଲିଠାରୁ ପଶ୍ଚିମା ଝଡ ପ୍ରଭାବରେ ପାଗ ପରିବର୍ତ୍ତନ ହେବ ।
ଏହା ପ୍ରଭାବରେ ଆସନ୍ତା 1 ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି 2 ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ଏବଂ ମୟୁରଭଞ୍ଜରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ବାକି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ସଂଲଗ୍ନ ଜିଲ୍ଲାଗୁଡିକରେ କୋହଲା ପାଗ ରହିବ ।
ସେପଟେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ଥିବାରୁ ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିବ । ଘନ କୁହୁଡି ପାଇଁ 15 ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହା ପରେ 1 ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଗଞ୍ଜାମ, କନ୍ଧମାଳ, ସୋନପୁର, ବଲାଙ୍ଗିର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ବର, କଟକ, ବୌଦ୍ଧ ଏବଂ କଳହାଣ୍ଡିକୁ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା 50-200 ମିଟର ମଧ୍ୟରେ ରହିବ । ଘନ କୁହୁଡି ସମୟରେ ଦୃଶ୍ୟମାନ କ୍ଷମତା କମ୍ ରହୁଥିବାରୁ ଯାନବାହାନ ଚଳାଚଳରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ସେପଟେ ଆସନ୍ତା କାଲିଠାରୁ ରାଜ୍ୟରେ ସ୍ୱାଭାବିକ ଠାରୁ 2-3 ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।
-
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
କ୍ଷେପଣାସ୍ତ୍ର ମାଡ଼ରେ ଗୋଡ଼ ହରାଇଲେ ଇରାନର ନୂଆ ସୁପ୍ରିମ ଲିଡର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ପୁଣି ଖସିଲା ସୁନା-ରୂପା ରେଟ୍ -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର












Click it and Unblock the Notifications