Get Updates
Get notified of breaking news, exclusive insights, and must-see stories!

ଆସୁଛି ଆଉ ଏକ ପଶ୍ଚିମା ଝଡ଼, 9 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

weather

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବିଭିନ୍ନ ସ୍ଥାନରେ କୁଆପଥର ମାଡ଼ ସହିତ ବିଜୁଳି ଘଡଘଡ଼ି, ବର୍ଷା ପବନ ଲାଗି ରହିଛି । ଏହି ସମୟରେ ଆଉ ଏକ ପଶ୍ଚିମାଝଡ଼ ଆସୁଛି । ଏହି ପଶ୍ଚିମାଝଡ଼ 23 ତାରିଖ (ଗୁରୁବାର) ଭାରତର ଉତ୍ତର-ପଶ୍ଚିମ ଭାଗକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି ।

ଏଥିପାଇଁ ଓଡ଼ିଶାର 9 ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଘଡଘଡି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

କୋରାପୁଟ, ରାୟଗଡ଼ା, ଗଜପତି , ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ।

ସେପଟେ ପଶ୍ଚିମା ଝଡ଼ ପ୍ରଭାବରେ 25 ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ 26 ତାରିଖରେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ 4 ଦିନ ଯାଏଁ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୁରୁବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+