ରାଜ୍ୟରେ ଆସନ୍ତା କାଲିଠୁ ବର୍ଷା ! ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟରେ ଆସନ୍ତା କାଲିଠୁ ବର୍ଷା ! ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆସନ୍ତା କାଲି ଅର୍ଥାତ୍ ଜାନୁଆରୀ ୧୭ରୁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ଆସଙ୍କାର ରହିଛି । ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

ଉତ୍ତର ଓଡ଼ିଶାର କିଛି ଜିଲ୍ଲା ଯଥା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡା, କଟକ, ଜଗତସିଂହପୁର, ଢେଙ୍କାନାଳ, ଏବଂ ଯାଜପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ ରାଜ୍ୟର ଗୋଟେ କି ଦୁଇଟି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ଏନେଇ ଆଜି ପାଣି ପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ତେବେ ଅନ୍ୟ ଜିଲ୍ଲା ଗୁଡିକରେ ପାଗ ଶୁଖିଲା ରହିବ । ସେହିପରି ରାଜ୍ୟରେ ଆଗାମୀ ଦୁଇ ଦିନ ଘନ କୁହୁଡ଼ି ଦେଖାଯିବା ନେଇ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଏବଂ ଗଂଜାମ ଜିଲ୍ଲାରେ ଘନ କୁହୁଡିର ସମ୍ଭାବନା ରହିଛି ।












Click it and Unblock the Notifications