ଆଜିଠୁ କମିବ ବର୍ଷାର ପରିମାଣ, ରାଜ୍ୟରେ ସ୍ୱାଭାବିକ ବର୍ଷା ତୁଳନାରେ ୫% ଅଧୀକ
ଆଜିଠୁ କମିବ ବର୍ଷାର ପରିମାଣ, ରାଜ୍ୟରେ ସ୍ୱାଭାବିକ ବର୍ଷା ତୁଳନାରେ ୫% ଅଧୀକ
ଭୁବନେଶ୍ୱର: ରାଜ୍ୟରେ ଆଜିଠୁ କମିବ ଲଘୁଚାପ ବର୍ଷାର ପରିମାଣ । ସକ୍ରିୟ ମୌସୁମୀ ପାଇଁ ୨ ଦିନ ଯାଏଁ ରାଜ୍ୟର କିଛି ଅଞ୍ଚଳରେ ହୋଇପାରେ ବର୍ଷା । ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ମଧ୍ୟପ୍ରଦେଶ ଓ ବିଦର୍ଭ ଉପରେ ରହିଥିବା ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଧିରେ ଧିରେ ଦୁର୍ବଳ ହେଉଛି । ବର୍ତ୍ତମାନ ଏହା ଦକ୍ଷିଣପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ମଧ୍ୟପ୍ରଦେଶ ଅତିକ୍ରମ କରିବ । ସେପଟେ ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ମୌସୁମୀର ଶକ୍ତିଶାଳୀ ପ୍ରବାହ ଜାରି ରହିଛି । ଯାହା ପ୍ରଭାବରେ ରାଜ୍ୟରେ ମୌସୁମୀଜନିତ ବର୍ଷା ଜାରି ରହିବ ବୋଲି ସୂଚନା ରହିଛି ।

ସେହିପରି ଆଜି ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୪ ତାରିଖ ଦିନ ମଧ୍ୟ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରପଡ଼ା, ଆଜି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ କିଛି କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ।
☔️୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି
☔️ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ
☔️ବର୍ତ୍ତମାନ ସୁଦ୍ଧା ଚଳିତ ମୌସୁମି ଋତୁରେ 1084.3 ମିମି ବର୍ଷା ରେକର୍ଡ କରାଯାଇଛି, ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ 5% ଅଧୀକ
— Meteorological Centre, Bhubaneswar (@mcbbsr) September 13, 2022
୧୮ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା । ଯାହା ପ୍ରଭାବରେ ରାଜ୍ୟରେ ପୁଣି ୧୮ ତାରିଖରୁ ବର୍ଷାର ପରିମାଣ ବଢିପାରେ । ବର୍ତ୍ତମାନ ସୁଦ୍ଧା ଚଳିତ ମୌସୁମି ଋତୁରେ ୧୦୮୪.୩ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ ୫% ଅଧିକ । ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।












Click it and Unblock the Notifications