ଆସନ୍ତା 4 ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

Weather Update: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇସାରିଛି । ରାଜ୍ୟର ଅନେକ ଅଞ୍ଚଳରେ ଗୁଳୁଗୁଳି ସାଙ୍ଗକୁ ଖରାତାତି ଅନୁଭୂତ ହେଲାଣି । ଏଥି ମଧ୍ୟରେ ଆଗାମୀ 4 ଦିନ ଯାଏଁ ତାତି ରୁ ତ୍ରାହି ଦେବ କାଳବୈଶାଖୀବର୍ଷା । ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । 4 ଦିନ ପାଇଁ ରାଜ୍ୟର ଅଧାରୁ ଅଧିକ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା 39 ଡିଗ୍ରୀ ଉପରେ ରହୁଥିବାବେଳେ ଶନିବାର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା 37.7 ଡିଗ୍ରୀ ରହିଥିଲା ।

Odisha Weather Update

ଆସନ୍ତାକାଲି ଅର୍ଥାତ୍ 19 ତାରିଖରେ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ । ଏହା ସହ 4 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା ରହିଛି । ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । 19 ତାରିଖରେ 12 ଜିଲ୍ଲାରେ ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି 14 ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳହାଣ୍ଡି, ବଲାଙ୍ଗିର, ରାୟଗଡା ଏବଂ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି ।

ସେହିଭଳି 20 ତାରିଖରେ 4 ଜିଲ୍ଲା କଟକ, ଖୋର୍ଦ୍ଧା, ନୟାଗଡ ଏବଂ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ 5 ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ଉପକୂଳ ଓଡ଼ିଶା ବଙ୍ଗୋପସାଗରରେ ଏକ ଗୁରୁଚାପବଳୟ ସକ୍ରିୟ ରହିଥିବା ବେଳେ ପଶ୍ଚିମା ଝଡର ପ୍ରଭାବ ରହିଛି । ଏହି ନିୟାମକ ଅନୁସାରେ ରାଜ୍ୟରେ ପାଗ ବଦଳିବା ସହ କାଳବୈଶାଖୀ ଜନିତ ବର୍ଷା ଲାଗିରହିଛି ।

21 ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ । ବର୍ଷା ପ୍ରଭାବରେ ସ୍ବାଭାବିକ ଠାରୁ 2 ରୁ 4 ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ବର୍ଷା ହେଲେ ବି କିଛି ସ୍ଥାନରେ ତାପମାତ୍ରା 39 ଡିଗ୍ରୀ ପର୍ଯ୍ୟନ୍ତ ରହିବା ସହ ଗରମ ଗୁଳୁଗୁଳି ଅନୁଭୁତ ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+