Get Updates
Get notified of breaking news, exclusive insights, and must-see stories!

Weather update Odisha: 24 ଘଣ୍ଟାରେ 25 ଜିଲ୍ଲାରେ କାଳବୈଶାଖୀ, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Weather update Odisha: ମାସ ଆରମ୍ଭରୁ ସାରା ରାଜ୍ୟରେ ମୌସୁମୀଜନିତ ବର୍ଷା ଲାଗି ରହିଛି । ଏପରିକି ଗତ କିଛି ଦିନ ହେବ ଉପକୂଳ ସମେତ ଅନ୍ୟ ଅଞ୍ଚଳରେ ମଧ୍ୟ ବର୍ଷା ହୋଇଛି । କିନ୍ତୁ ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପ୍ରକାର ଘୂର୍ଣ୍ଣିବଳୟର ପ୍ରଭାବ ନଥିବା ବେଳେ ମୌସୁମୀ ଦୁର୍ବଳ ରହିଛି ।

rain

ତଥାପି ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା 24 ଘଣ୍ଟା ମଧ୍ୟରେ 25 ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଅପରାହ୍ନରେ ସତର୍କ ସୂଚନା ଜାରି କରାଯାଇଛି ।

ଆାସନ୍ତା 24 ଘଣ୍ଟା (ଅର୍ଥାତ୍‌ 26 ସେପ୍ଟେମ୍ବର, ମଙ୍ଗଳବାର) ମଧ୍ୟରେ ରାଜ୍ୟର 25 ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ।

କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଏ ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+