୪ ଦିନ ଯାଏଁ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର:ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ଘଣ୍ଟାରେ ୯ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହେବ ନେଇ ରହିଛି ସୂଚନା । ଆଜି ଜି. ଉଦୟଗିରିରେ ଭୟଙ୍କର କୁଆପଥର ବର୍ଷା ହୋଇଥିଲା ।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା, କଳାହାଣ୍ତି, କନ୍ଧମାଳ, କୋରାପୁଟ,ମାଲକାନଗିରିରେ ପବନ ଏବଂ କୂଆପଥର ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟ କାଳବୈଶାଖୀର ପ୍ରଭାବ ଦେଖିବା ପାଇଁ ମିଳିବ । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀର ପ୍ରଭାବ ଅଧିକ ହେବାର ସମ୍ଭାବନା ରହିଛି । ଆଜି ୧୦ ଜିଲ୍ଲାରେ ବଜିଳୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି ଅଧିକ ବର୍ଷା ହେବାର ଆଶଙ୍କା ରହିଛି ।
କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଠାରେ ଆଜି ଦିନ ୧ଟାରେ କୂଆପଥର ବର୍ଷା ହୋଇଥିଲା । ସେହିପରି ରାୟଗଡ଼ା, ଗଞ୍ଜାମ, କୋରପୁଟ ଏବଂ କନ୍ଧମାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି କାଳବୈଶାଖୀର ପ୍ରଭାବ କମିବ ହେଲେ ପୁଣି ୩୦ ତାରିଖରେ ବର୍ଷାର ପରିମାଣି ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।












Click it and Unblock the Notifications