ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଗତ ୧୫ ଦିନରେ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି । ଜୁନ୍‌ ୧ରୁ ୧୫ ତାରିଖ ମଧ୍ୟରେ ରାଜ୍ୟରେ ହାରାହାରି ୧୦୨.୩ ମିମି ବର୍ଷା ରେକର୍ଡ ହୋଇଛି । ଏହି ଅବଧି ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୭୭.୨ ମିମି ବର୍ଷା ହୋଇଥାଏ । ଆସନ୍ତା ୩ଦିନ ଯାଏଁ ଲାଗିରହିବ ମଧ୍ୟମ ଧରଣର ବର୍ଷା ।

Weather Update

ତେବେ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଟିକେ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ମୌସୁମୀ ପ୍ରଭାବରେ ଗତ ୧୫ ଦିନରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ସେହିଭଳି ୧୮ ତାରିଖରୁ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେଣୁ ଏହି ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏପଟେ ରାଜଧାନୀ ଭୁବନେଶ୍ୱରରେ ଆଜି ପାଗ ମେଘୁଆ ରହିଛି । କେତେକ ସ୍ଥାନରେ ସକାଳୁ ଝିପଝିପ୍ ବର୍ଷା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+