ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ମୁହାଁ ୱେଲ୍‌ମାର୍କଡ୍ ଲୋ-ପ୍ରେସର୍;ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାରେ ବର୍ଷା ସମ୍ଭାବନା

ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ମୁହାଁ ୱେଲ୍‌ମାର୍କଡ୍ ଲୋ-ପ୍ରେସର୍। ଆଜି ଦୁର୍ବଳ ହୋଇ ପୁଣି ଲଘୁଚାପରେ ହୋଇପାରେ ପରିଣତ। ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା। ବିଜୁଳି, ଘଡ଼ଘଡ଼ି ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ।

Rain likely in 11 districts of South Odisha

ଆଗକୁ ଦୁଇ ଦୁଇଟି ଲଘୁଚାପ ସମ୍ଭାବନା । କିନ୍ତୁ ବାତ୍ୟାର ରୂପ ନେବକି ନାହିଁ ତାହା ଏବେଠୁ ଆକଳନ କରିବା ସମ୍ଭବ ନୁହେଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ଗତିପଥ, ପ୍ରଭାବ ଓ ବିଭିନ୍ନ ମଡେଲକୁ ଅନୁଧ୍ୟାନ ପରେ ବାତ୍ୟାର ଆକଳନ କରାଯାଇପାରିବ । ସମ୍ଭାବ୍ଯ ଲଘୁଚାପର ତୀବ୍ରତା ଓ ବାତ୍ୟା ଆକଳନ ନେଇ ଏହା କହିଛନ୍ତି ବରିଷ୍ଠ ପାଣିପାଗ ବିଜ୍ଞାନୀ ଡିଆର ପଟ୍ଟନାୟକ । ଭାରତୀୟ ପାଣିପାଗ କେନ୍ଦ୍ର ସମସ୍ତ ସ୍ଥିତି ଉପରେ ନଜର ରଖିଥିବା ସେ କହିଛନ୍ତି । ତେବେ ଓଡିଶାବାସୀ ବାତ୍ୟାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି କହିଛନ୍ତି ଡିଆର ପଟ୍ଟନାୟକ ।

ଅବପାତରେ ପରିଣତ ହେବନି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଆଜି(ଗୁରୁବାର) ସୁଦ୍ଧା ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପୂର୍ବରୁ ଏହା ଅବପାତରେ ପରିଣତ ହେବା ନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ତେବେ ଆସନ୍ତା 12 ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡୁରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି କ୍ରମଶଃ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।

ଆଜି ପାଇଁ ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ:

ଆଜି ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରଣରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । 11ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି । ଏଥିସହ 30 ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ।

24 ଅକ୍ଟୋବରରେ ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ:

ଆସନ୍ତାକାଲି ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ 30ରୁ 40 କିମି ବେଗରେ ପବନ ବହିପାରେ । ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ତି, ରାୟଗଡା, ଗଜପତି, ନୂଆପଡା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ବର ।

25 ଅକ୍ଟୋବର ବର୍ଷା ୱାର୍ଣ୍ଣିଂ:

ଆସନ୍ତା 25 ତାରିଖରେ ନୂଆପଡା, ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ ଜିଲ୍ଲାକୁ ଛାଡି ଦେଲେ ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ । 30ରୁ 40 କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି । ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ତି, ରାୟଗଡା, ଗଜପତି, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ।

ଅକ୍ଟୋବର 26ରେ ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ:

ଅକ୍ଟୋବର 26ରେ ମଧ୍ୟ ସମାନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+