ଓଡ଼ିଶାରେ ପ୍ରଥମେ କେବେ ଆରମ୍ଭ ହୋଇଥିଲା ଦୁର୍ଗା ପୂଜା, ଜାଣନ୍ତୁ ଇତିହାସ ?
ଦୁର୍ଗା ପୂଜା ଓଡ଼ିଶାର ଏକ ପ୍ରମୁଖ ପର୍ବ। ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ କୁହାଯାଏ। ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ। ଏହା ବିଭିନ୍ନ ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ। ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ।
ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜା କୁହାଯାଏ। ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୌଣସି ଅନିଷ୍ଟ ହୁଏ ନାହିଁ। ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଏ। ଏଜି ନବାକ୍ଷରୀ ମନ୍ତ୍ରଟି ହେଉଛି - 'ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।' ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ।

ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଅଣାଯାଏ, ଯାହା ଦଶହରାର ପ୍ରଥମ ବିଧି। ଏହା ପରେ କାରିଗରମାନେ ମୂର୍ତ୍ତି ତିଆରିରେ ବ୍ୟସ୍ତ ରୁହନ୍ତି। ପବିତ୍ର ମହାଳୟା ଅବସରରେ ମା'ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡ଼ି ଚଢ଼ାଯାଏ। ମହାଳୟା ଠାରୁ ପ୍ରକୃତ ଦୁର୍ଗା ପୂଜା ଆରମ୍ଭ ହୁଏ। ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ। ମା'ଙ୍କୁ ସ୍ୱାଗତ କରିବାକୁ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲ ଗଛ ପାଖରେ ଏହି ପୂଜା କରାଯାଏ।ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁଥିରେ କଦଳୀ ଗଛକୁ ପୂଜା କରାଯାଏ। ଏହା ପରେ ମହାସ୍ନାନ ବିଧି ହୁଏ। ଅଷ୍ଟମୀରେ ମା'ଙ୍କ ମୁଖ୍ୟ ସନ୍ଧିପୂଜା ହୁଏ। ଏହି ଦିନ ମା'ଙ୍କ ପାଖରେ ବଳି ଦିଆଯାଏ। ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା । ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି।ନବମୀ ପୂଜାରେ ମା'ଙ୍କ ପୀଠରେ ମାଛ ଭୋଗ ହେଇଥାଏ। କଟକର ଅଲିଶାବଜାର, ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛ ଭୋଗ କରିଥାନ୍ତି।ଦଶମୀ ପୂଜା ମା'ଙ୍କ ଅନ୍ତିମ ପୂଜା ହୋଇଥାଏ। ଓଡ଼ିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା'ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି।
ଏହା ସହିତ ମହିଳାମାନେ ସିନ୍ଦୂର ଖେଳ କରିଥାନ୍ତି।କ'ଣ କୁହେ ଇତିହାସ:ମାର୍କଣ୍ଡେୟ ପୁରାଣ ଅନୁସାରେ ଚେଦି ସାମ୍ରାଜ୍ୟର ରାଜା ଖ୍ରୀ:ପୂ ୩୦୦ରେ ଦୁର୍ଗାପୂଜା ଆରମ୍ଭ କରିଥିଲେ। କିନ୍ତୁ ଐତିହାସିକ ଉଦାହରଣରୁ ଜାଣିବାକୁ ମିଳେ ଯେ ଚୈତନ୍ୟ ମହାପ୍ରଭୁ ପ୍ରାୟ ୪୦୦ ବର୍ଷ ପୂର୍ବେ କଟକରେ ଏହି ପୂଜା ଆରମ୍ଭ କରିଥିଲେ। ଚୈତନ୍ୟଦେବ ନଦିଆଠାରୁ ବାହାରି ବାଟରେ ରହି ରହି ଆସୁଥିଲେ। କଟକ ରହଣି କାଳରେ ସେ ସ୍ଥାନୀୟ ବିନୋଦବିହାରୀ ପୀଠରେ ରହି ୧୫୦୯ ମସିହାରେ ପ୍ରଥମେ ମା'ଙ୍କ ଘଟପୂଜା ଆରମ୍ଭ କରିଥିଲେ।ଚୈତନ୍ୟ ଦେବଙ୍କ ସହିତ ଆସିଥିବା ଅନୁଗାମୀମାନଙ୍କ ମଧ୍ୟରୁ କେତେଜଣ ଏହି ପୂଜାକୁ ସାର୍ବଜନୀନ କରିବା ପାଇଁ ମା'ଙ୍କ ମୂର୍ତ୍ତି ପୂଜା ଆରମ୍ଭ କଲେ। ୧୮୩୨ ମସିହାରେ କାଜିବଜାରର କେତେକ ଓଡ଼ିଆ ଓ ବେଙ୍ଗଲୀ କର୍ମଜୀବୀ ଯେଉଁମାନେ ଇଂରେଜ ସରକାରଙ୍କ ଇଷ୍ଟ୍ ଇଣ୍ଡିଆ କମ୍ପାନୀରେ କାମ କରୁଥିଲେ ସାର୍ବଜନୀନ ଭାବେ ମା'ଙ୍କ ମୂର୍ତ୍ତି ପୂଜାକଲେ। ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗା ପୂଜାକୁ ବିଜୟାଦଶମୀ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ଦଶହରା ବୋଲି କୁହାଯାଏ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications