ଓଡ଼ିଶାରେ କେଉଁଠି ସ୍ଥଳଭାଗ ଛୁଇଁବ ବାତ୍ୟା 'ସିତ୍ରାଙ୍ଗ' ? ଜାଣନ୍ତୁ, କଣ କହୁଛି ବିଭିନ୍ନ ପାଣିପାଗ ମଡେଲ...
ଏଯାଏ ବାତ୍ୟାର ଚିତ୍ର ସ୍ପଷ୍ଟ ହୋଇପାରି ନ ଥିବା ବେଳେ ଏହା କେଉଁ ଦିଗରେ ଗତି କରିବ, ତାହାର ତୀବ୍ରତା କେତେ ରହିବ, କେଉଁଠି ଲ୍ୟାଣ୍ଡଫଲ୍ କରିବ ତାହା ସ୍ପଷ୍ଟ ହୋଇ ପାରିନି । ମାତ୍ର ଏହା ଭିତରେ ବାତ୍ୟାକୁ ନେଇ ବିଭିନ୍ନ ମଡେଲ ଭିନ୍ନ ଭିନ୍ନ ତଥ୍ୟ ପ୍ରଦାନ କରୁଛନ୍ତି
ଭୁବନେଶ୍ୱର: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ବଢୁଥିବା ଚିତ୍ର ଆଜି ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ । ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ବୋଲି ଟୁଇଟ୍ କରି ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଯଦି ଏହା ବାତ୍ୟାର ରୂପ ନେଇ ତେବେ ଏହା ନାମ 'ସିତ୍ରାଙ୍ଗ' ରହିବ । ଥାଇଲାଣ୍ଡ ଏହି ବାତ୍ୟାର ନାମକରଣ କରିଛି ।

ତେବେ ଏଯାଏ ବାତ୍ୟାର ଚିତ୍ର ସ୍ପଷ୍ଟ ହୋଇପାରି ନ ଥିବା ବେଳେ ଏହା କେଉଁ ଦିଗରେ ଗତି କରିବ, ତାହାର ତୀବ୍ରତା କେତେ ରହିବ, କେଉଁଠି ଲ୍ୟାଣ୍ଡଫଲ୍ କରିବ ତାହା ସ୍ପଷ୍ଟ ହୋଇ ପାରିନି । ମାତ୍ର ଏହା ଭିତରେ ବାତ୍ୟାକୁ ନେଇ ବିଭିନ୍ନ ମଡେଲ ଭିନ୍ନ ଭିନ୍ନ ତଥ୍ୟ ପ୍ରଦାନ କରୁଛନ୍ତି । ବାତ୍ୟାର ଗତିପଥ ଓ ତିବ୍ରତାକୁ ନେଇ ମଧ୍ୟ ଭିନ୍ନ ଭିନ୍ନ ତଥ୍ୟ ଆସୁଛି ।
ବୁଧବାର, ୟୁରୋପ ସେଣ୍ଟର ଫର ମିଡିୟମ-ରେଞ୍ଜ ୱେଦର ଫୋରକାଷ୍ଟ (ECMWF) କହିଛି ଯେ, ସମ୍ଭାବ୍ୟ ବାତ୍ୟା ପଶ୍ଚିମବଙ୍ଗର ହଲଦିବରୀ ନିକଟରେ ଲ୍ୟାଣ୍ଡଫଲ କରିବ । ସେହିପରି ଆମେରିକନ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ (GFS) ମଡେଲ କହିଛି ଯେ, ଏହା ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲ୍ୟାଣ୍ଡଫଲ କରିବ । ତେବେ ଏହି ମଡେଲ ଗତକାଲି ବାଲେଶ୍ୱର ଓ ଦିଘା ଅଞ୍ଚଳରେ ବାତ୍ୟା ଲ୍ୟାଣ୍ଡଫଲ କରିବା ବୋଲି କହିଥିଲା ।
ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି ଯେ, ମୌସୁମୀ ପରବର୍ତ୍ତୀ ସମୟରେ ପରିବେଶ ଅନୁକୁଳ ରହିଥିବାରୁ ବାତ୍ୟାର ସମ୍ଭାବନା ଅଧିକ ରହିଛି । ଯଦି ବାତ୍ୟା ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଅଞ୍ଚଳରେ ଲ୍ୟାଣ୍ଡଫଲ କରେ । ତେବେ ରାଜ୍ୟର ଦକ୍ଷିଣ ଜିଲ୍ଲା ଗୁଡିକ ପ୍ରଭାବିତ ହେବ। ମାତ୍ର ଯଦି ବାତ୍ୟାର ଗତିପଥ ଓଡିଶ ଓ ପଶ୍ଚମବଙ୍ଗ ହୁଏ, ତେବେ ଉପୂଳ ଜିଲ୍ଲାଗୁଡିକ ଅଧିକ ପ୍ରଭାବିତ ହେବ ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହାର ତୀବ୍ରତା, ପଥ ଏବଂ ପବନର ଗତି ଉପରେ ଏକ ସଠିକ ପୂର୍ବାନୁମାନ କେବଳ ଅକ୍ଟୋବର 21-22 ମଧ୍ୟରେ କରାଯାଇ ପାରିବ ।
ସେପଟେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଏନେଇ ଗତକାଲି ସ୍ୱତନ୍ତ୍ର ରିଲିଫ୍ କମିଶନର ବିଭିନ୍ନ ବିଭାଗର ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ସମ୍ଭାବ୍ୟ ବାତ୍ୟା ଦ୍ୱାରା ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଏସଆରସି ଉପକୂଳବର୍ତ୍ତିୀ ଜିଲ୍ଲା ଗୁଡ଼ିକର ଜିଲ୍ଲା ପ୍ରଶାସନ ସହିତ ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ଆଲୋଚନା ମଧ୍ୟ କରିଛନ୍ତି । ତାସହ ଅଧିକାରୀମାନଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ପରାମର୍ଶ ଦିଆଯାଇଥିବା ସୂଚନା ଦେଇଛନ୍ତି ଓସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜ୍ଞାନ ଦାସ ।
ସେହିପରି ଆଞ୍ଚଲିକ ପାଣିପାଗ କେନ୍ଦ୍ର କହିଛି ଯେ, ପରବର୍ତ୍ତୀ ସମୟରେ ଘୂର୍ଣ୍ଣିବଳୟଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ତେବେ ବାତ୍ୟାର ଗତିପଥକୁ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ଆକଳନ କରାଯାଇ ନାହିଁ ।
ପ୍ରଭାବରେ ଆସନ୍ତା ୨୩ ତାରିଖ ସକାଳୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ୨୨ ତାରିଖରୁ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କ ପାଣିପାଗ ବିଭାଗ ସତର୍କ କରାଇଛି । ସମ୍ଭାବ୍ୟା ବାତ୍ୟା ଯୋଗୁ ସମୁଦ୍ରରେ ପବନର ବେଗ ୪୫ରୁ ୬୫ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications