କିଏ ସେହି ମୋହନ ଚରଣ ମାଝୀ, ଜାଣନ୍ତୁ କେମିତି ଥିଲା ତାଙ୍କ ରାଜନୈତିକ ଯାତ୍ରା

ମୋହନ ଚରଣ ମାଝୀ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଏନେଇ ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି। ଜୁନ ୪ ନିର୍ବାଚନ ଫଳାଫଳ ଆସିବା ପରଠାରୁ କାହାକୁ ଭାଜପା ମୁଖ୍ୟମନ୍ତ୍ରୀ କରିବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ଅନେକ ତୁଙ୍ଗ ନେତା ଏହି ରେସ୍‌ରେ ଥିଲେ। ହେଲେ ସବୁ ଚର୍ଚ୍ଚାରେ ବିରାମ ଲଗାଇ ଦଳ ମୋହନଙ୍କୁ ବିଧାୟକ ଦଳ ନେତା ଭାବେ ଚୟନ କରିଛି। ଏମିତିରେ ସେ କିଏ ତାହାକୁ ନେଇ ଉତ୍କଣ୍ଠା ବଢ଼ିଛି।

Mohan Charan Majhi

୧୯୭୨ ଜାନୁଆରୀ ୬ ରେ ଜନ୍ମିତ ମୋହନ ଚରଣ ମାଝୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ରହିଆସିଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା:
ମୋହନ ମାଝୀ ୧୯୭୨ ମସିହାର ଜାନୁଆରୀ ୬ରେ କେନ୍ଦୁଝର ଜିଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ। ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି କଳାରେ ସ୍ନାତକ, ଏଥିସହ ସେ ଆଇନ ଶିକ୍ଷା(ଏଲ୍‌ଏଲ୍‌ବି) ମଧ୍ୟ କରିଛନ୍ତି । ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାରାଣ୍ଡି।

ରାଜନୈତିକ ଜୀବନ:
ମୋହନ ମାଝୀ ଓଡ଼ିଶା ବିଧାନ ସଭାରେ ଭାଜପାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି। ସେ ଓଡ଼ିଶା ବିଧାନ ସଭାପାଇଁ ହୋଇଥିବା ନିର୍ବାଚନରେ ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ୨୦୦୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାଜପାର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୪ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାଜପାର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ। ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ।
୨୦୧୯ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଗତ ୨୦୨୪ ନିର୍ବାଚନରେ ମଧ୍ୟ ସେ ବିପୁଳ ଭୋଟ୍‌ରେ ବିଜୟୀ ହୋଇ ବିଧାୟକ ହୋଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+