ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ, ଜାରିହେଲା ବିଜ୍ଞପ୍ତି

ତିନିଦିନ ପରେ ଜାତୀୟ ପର୍ବ 'ସ୍ବାଧୀନତା ଦିବସ'।' ଅଗଷ୍ଟ ୧୫ତାରିଖରେ ସାରା ଦେଶ ସମେତ ଓଡ଼ିଶାରେ ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯିବ। ଚଳିତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହୋଇଥିବା ବେଳେ କିଏ କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ ସେନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଆସିଛି।

Independence Day

ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ଆଲେଚନା ‌ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୁଲିସ ବାହିନୀର କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

ସେହିପରି ଜିଲ୍ଲାସ୍ତରରେ ମନ୍ତ୍ରୀ ଓ ଜିଲ୍ଲାପାଳମାନେ ତ୍ରିରଙ୍ଗା ଉଡ଼ାଇବେ। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଯଥାକ୍ରମେ ନୂଆପଡ଼ା ଓ କଟକରେ ତ୍ରିରଙ୍ଗା ଉଡ଼ାଇବେ। କଳାହାଣ୍ଡିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ସୁନ୍ଦରଗଡ଼ରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, କୋରାପୁଟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଂଗପୁରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗଂଜାମରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବରଗଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବାଲେଶ୍ବରରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗୀରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ, ମାଲକାନଗିରିରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଖୋର୍ଦ୍ଧାରେ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, କନ୍ଧମାଳରେ ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ରାୟଗଡ଼ାରେ ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ତ୍ରିରଙ୍ଗା ଉଡ଼ାଇବେ।

ସେହିପରି ସମ୍ବଲପୁର, କେନ୍ଦୁଛର, ଅନୁଗୁଳ, ଜଗତସିଂହପୁର, ଝାରସୁଗୁଡ଼ା, ମୟୂରଂଭଜ, ସୋନପୁର, ଢେଙ୍କାନାଳ, ବ୍ରହ୍ମପୁର, ଭଦ୍ରକ, ବୌଦ୍ଧ, ଦେବଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ରେ ସେଠାକାର ଜିଲ୍ଲାପାଳମାନେ ତ୍ରିରଙ୍ଗା ଉଡ଼ାଇବେ। ରାଉରକେଲାରେ ସୁନ୍ଦରଗଡ଼ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବେ।

ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+