Get Updates
Get notified of breaking news, exclusive insights, and must-see stories!

କାହିଁକି ପାଳନ କରାଯାଏ ଶାମ୍ବ ଦଶମୀ ? ଜାଣନ୍ତୁ ଏହା ପଛରେ ଥିବା ପୌରାଣିକ ତତ୍ତ୍ଵ

ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ।ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାର ପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ।ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବ ଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ।ଶାମ୍ବ ଦଶମୀକୁ ଚାନ୍ଦ୍ରମାନ ବର୍ଷର ଶେଷ ପର୍ବ କହିବାର ତାତ୍ପର୍ଯ୍ୟ ହେଉଛି ଏହାପରେ ଚିତାଲାଗି ଅମାବାସ୍ୟା ପର୍ଯ୍ୟନ୍ତ ପ୍ରାୟ ଛଅମାସ ପର୍ଯ୍ୟନ୍ତ ଆଉ ଏତେ ପିଠାପଣାର ପର୍ବ ପଡ଼େ ନାହିଁ।କୃଷିପ୍ରଧାନ ରାଜ୍ୟ ଓଡ଼ିଶାରେ ଏହି ସମୟ ପନିପରିବାର ପ୍ରାଚୁର୍ଯ୍ୟର ସମୟ।ବିଭିନ୍ନ ପନିପରିବାରେ ଏହି ପର୍ବରେ ଯେଉଁ ତରକାରୀ ପ୍ରସ୍ତୁତ ହୁଏ, ତାକୁ "ଘଡ଼ଘଡ଼ା ତିଅଣ" କୁହାଯାଏ।ଏହି ପର୍ବର ମୁଖ୍ୟ ହେଉଛି ଏହି ଘାଣ୍ଟ ତରକାରୀ ବା ଘଡ଼ାଘଡ଼ା ତିଅଣ।

Shambha Dashmi

ପୂଜାବିଧି :-

ନାରୀମାନେ ନିଜ ସନ୍ତାନସନ୍ତତିଙ୍କ ମଙ୍ଗଳ କାମନା କରି ଶାମ୍ବଦଶମୀ ପର୍ବ ନିଷ୍ଠାର ସହ ପାଳନ କରନ୍ତି।ଏହି ପର୍ବର ବିଶେଷତ୍ୱ ହେଉଛି ସୂର୍ଯ୍ୟଙ୍କର ଆକାଶରେ ତିନି ସ୍ଥିତିକୁ ଲକ୍ଷ୍ୟ କରି ଘରେ ତିନି ପ୍ରକାର ଧୂପ ବା ପୂଜା ଅନୁଷ୍ଠିତ ହୋଇଥାଏ।ଅରୁଣୋଦୟ ସମୟରେ ପ୍ରଥମ ଧୂପ ହୁଏ।ହିନ୍ଦୁ ନାରୀ ଶୁଦ୍ଧପୂତ ଶୁଚିମନ୍ତ ହୋଇ ଏହି ମୂହୁର୍ତ୍ତରେ ଫଳମୂଳ ଓ ମିଷ୍ଟାନ୍ନ ଇତ୍ୟାଦି ନୈବେଦ୍ୟ ବାଢ଼ନ୍ତି।ବ୍ରାହ୍ମ ମୁହୂର୍ତ୍ତରେ ପୂଜା ନୈବେଦ୍ୟ ବା ପ୍ରଥମ ଧୂପ ଅନୁଷ୍ଠାନ କରି ସୂର୍ଯ୍ୟପୁରାଣ ପାରାୟଣ କରିଥାଆନ୍ତି।ମଧ୍ୟାହ୍ନରେ ମଧ୍ୟାହ୍ନ ସୂର୍ଯ୍ୟ ତେଜୋଦୀପ୍ତ ଭାସ୍କରଙ୍କୁ ଦ୍ୱିତୀୟ ଧୂପ ଦିଆଯାଏ।ଏହା ଶାମ୍ବ ଦଶମୀର ମୁଖ୍ୟ ଧୂପ।ଏଥିରେ ଗଇଁଠା, ଅଟକାଳି, ବିଭିନ୍ନ ପ୍ରକାରର ପିଠା, ଖେଚୁଡ଼ି, ଘଡ଼ଘଡ଼ା ତିଅଣ ଆଦି ଭୋଗ ହୁଏ।ଶେଷଧୂପ ବା ତୃତୀୟ ଧୂପ ହେଉଛି ସନ୍ଧ୍ୟା ସମୟର ଅସ୍ତାଚଳଗାମୀ ସୂର୍ଯ୍ୟଦେବଙ୍କ ନିମିତ୍ତ।ଏହି ଧୂପରେ ମଧ୍ୟ ଏଣ୍ଡୁୁରି, କାକରା, ମାଲପୁଆ, ଗଜା ଆଦି ନୈବେଦ୍ୟ ଅର୍ପଣ କରାଯାଇଥାଏ।

ପୌରାଣିକ କାହାଣୀ :-

ହେଉଛି ସୂର୍ଯ୍ୟପୁରାଣର ଅନ୍ତର୍ଗତ।ଏହି ଉପପୁରାଣ ଶାମ୍ବପୁରାଣରେ ଶାମ୍ବଦଶମୀର ତାତ୍ପର୍ଯ୍ୟ ବର୍ଣ୍ଣିତ।କଥିତ ଅଛି ଶ୍ରୀକୃଷ୍ଣଙ୍କ ସବୁ ପୁତ୍ର ମଧ୍ୟରେ ଶାମ୍ବ ଅତ୍ୟନ୍ତ ସୁନ୍ଦର ଥିଲେ।ଦୁର୍ଯ୍ୟୋଧନଙ୍କ କନ୍ୟା ଲକ୍ଷଣାଙ୍କୁ ଶାମ୍ବ ଅପହରଣ କରି ଆଣିଲେ।ବଳରାମଙ୍କ ସହାୟତାରେ ଶାମ୍ବ ବିବାହ କଲେ ଦୁର୍ଯ୍ୟୋଧନ ପୁତ୍ରୀ ଲକ୍ଷଣାଙ୍କୁ।ଅନ୍ତଃପୁର ମଧ୍ୟରେ ଶ୍ରୀକୃଷ୍ଣ ସତ୍ୟଭାମାଙ୍କ ସହ ପ୍ରେମାଳାପରେ ମଗ୍ନଥିବା ବେଳେ ଦ୍ୱାର ଦେଶରେ ଶାମ୍ବଙ୍କୁ ଜଗାଇ ଆଦେଶ ଦେଇଥିଲେ- କାହାକୁ ଅନ୍ତଃପୁରକୁ ନ ଛାଡ଼ିବା ପାଇଁ।ଏ ସମୟରେ ମହର୍ଷି ଦୁର୍ବାସା ଦ୍ୱାରଦେଶରେ ଉପନୀତ ହେଇ ଶ୍ରୀକୃଷ୍ଣ ଦର୍ଶନ ଚାହିଁଲେ।ଶାମ୍ବ ଭୟଭୀତ ହୋଇ ଶ୍ରୀକୃଷ୍ଣଙ୍କୁ ଡାକି ଦେଲେ।ଶ୍ରୀକୃଷ୍ଣ ଶାମ୍ବଙ୍କୁ କୁଷ୍ଠ ରୋଗ ହେବା ନିମନେ ଅଭିଶାପ ଦେଲେ।ଶ୍ରୀକୃଷ୍ଣ ପୁତ୍ରକୁ ଅଭିଶାପ ଦେଇ ଅନୁତପ୍ତ ହୋଇ ଦୁର୍ବାସାଙ୍କୁ ପୁତ୍ର ଶାମ୍ବର କୁଷ୍ଠ ମୁକ୍ତି ଉପାୟ ପଚାରିବାରୁ ଦୁର୍ବାସା ଅର୍କକ୍ଷେତ୍ର କୋଣାର୍କ କଥା କହି ଶାମ୍ବଙ୍କୁ ସେ କ୍ଷେତ୍ରରେ ସୂର୍ଯ୍ୟପୂଜା କରିବା ପାଇଁ ନିର୍ଦ୍ଦେଶ ଦେଲେ।ସଂସ୍କୃତ ଶାମ୍ବ ପୁରାଣରେ ଚନ୍ଦ୍ରଭାଗା ତୀର୍ଥ ମାହାତ୍ମ୍ୟ ବିଶଦ ବର୍ଣ୍ଣିତ।ଦେବର୍ଷି ନାରଦଙ୍କ ସହ ଶାମ୍ବ ପୁଣ୍ୟଧାମ ଚନ୍ଦ୍ରଭାଗା ତୀରରେ ପ୍ରବେଶ କଲେ।ସେହି ଦିନ ଥିଲା ପୌଷମାସ ଶୁକ୍ଳ ପକ୍ଷ ଦଶମୀ ତିଥି।ସେଠାରେ ସୂର୍ଯ୍ୟଙ୍କ ପୂଜାରାଧନା କଲେ।ସୂର୍ଯ୍ୟଙ୍କୁ ଚାହିଁ ଚାହିଁ ତପସ୍ୟା କଲେ।ଶାମ୍ବ ଚନ୍ଦ୍ରଭାଗା ନଦୀକୂଳରେ ତପସ୍ୟା କରି ସୂର୍ଯ୍ୟନାରାୟଣ ବା ପ୍ରଭୁ ଆଦିତ୍ୟ ନାରାୟଣଙ୍କର ଏକ ମଣି ବିଗ୍ରହ ପାଇଥିଲେ।ସୂର୍ଯ୍ୟ ହିଁ ଭଗବାନ ନାରାୟଣଙ୍କ ସ୍ୱରୂପ।ତାଙ୍କରି ଆର୍ଶିବାଦ ବଳରେ ଶାମ୍ବ ଦୁରାରୋଗ୍ୟ ବ୍ୟାଧି ଦୂର ହୋଇ ସୁନ୍ଦର ଶରୀର ଲାଭ କରିଥିଲେ।ଏଇ ଦିନଟି ଥିଲା ମାଘ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି।ଶାମ୍ବ କୁଷ୍ଠ ରୋଗରୁ ମୁକ୍ତିଲାଭ ପାଇ ସମଗ୍ର କଳିଙ୍ଗରେ ସୂର୍ଯ୍ୟପୂଜା ବିଧିର ପ୍ରଚାର କରାଇଲେ।ଭାଗବତ ଏକାଦଶ ସ୍କନ୍ଦରେ ଶାମ୍ବଙ୍କର ଲୌହମୂଷଳ ଧାରଣ ଓ ଯଦୁବଂଶ କଥା ରହିଛି।ତେଣୁ ତାଙ୍କ ନାମରେ ନାମିତ ଶାମ୍ବଦଶମୀ, ସୂର୍ଯ୍ୟପୂଜା।ଦିଗ୍‌ବିଜୟୀ ସମ୍ରାଟ ହର୍ଷବର୍ଦ୍ଧନଙ୍କ ରାଜଦରବାରରେ ମୟୁରଭଟ୍ଟ ନାମକ ଜଣେ ଅଗାଧ ସଂସ୍କୃତ ଜ୍ଞାନସଂପନ୍ନ କବି ଥିଲେ।ସେ କୁଷ୍ଠ ରୋଗାକ୍ରାନ୍ତ ହୋଇ ଶହେ ଶ୍ଲୋକ ବିଶିଷ୍ଟ ସୂର୍ଯ୍ୟସ୍ତୁତି ରଚନା କରି ନିତ୍ୟ ପାରାୟଣ କରି ବ୍ୟାଧିମୁକ୍ତ ହୋଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+