Get Updates
Get notified of breaking news, exclusive insights, and must-see stories!

ଜାଣନ୍ତୁ, କାହିଁକି ହୁଏ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ?

ସ୍ନାନ ମଣ୍ଡପରେ ମହାସ୍ନାନ କରିଛନ୍ତି ଶ୍ରୀଜିଉମାନେ । ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନନ କରିଛନ୍ତି ତିନି ଦିଅଁ ।

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନ ମଣ୍ଡପରେ ମହାସ୍ନାନ କରିଛନ୍ତି ଶ୍ରୀଜିଉମାନେ । ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନନ କରିଛନ୍ତି ତିନି ଦିଅଁ ।

Snana Yatra 2022

କାହିଁକି ହୁଏ ସ୍ନାନଯାତ୍ରା ?

ଶାସ୍ତ୍ର ଅନୁଯାୟୀ, ମହାପ୍ରଭୁଙ୍କ ଘୋଷଯାତ୍ରାର ଆଦ୍ୟଯାତ୍ରା ସ୍ନାନଯାତ୍ରା । ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ମୂର୍ଣ୍ଣିମା ତିଥିରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୁଏ । ନୀଳାଦ୍ରି ଗନ୍ଥ ଅନୁସାରେ ଏହି ଦିବସ ହେଉଛି କାଳିଆ ଠାକୁରର ଜନ୍ମଦିବସ ବା ଆବିର୍ଭାବ ଦିବସ, ଯାହାକୁ ରଥଯାତ୍ରାର ଆଦ୍ୟ ପର୍ବ ବା ଆଦ୍ୟଲୀଳା କୁହାଯାଏ । ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲେ । ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା ମଧ୍ୟ କୁହାଯାଏ । ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଶ୍ରୀଜିଉଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ଏହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହୋଇ ଆସୁଅଛି ।

କେଉଁଠୁ ଆସେ ୧୦୮ ଗରା ସୁବାସିତ ଜଳ ?

ଶ୍ରୀମନ୍ଦିର ବେଢା ମଧ୍ୟରେ ଦେବୀ ଶୀତଳା ଓ ବାହନ ସିଂହଙ୍କ ମଧ୍ୟରେ ପ୍ରାଚୀନ ସୁନାକୂଅ ଅବସ୍ଥିତ । ଏହାକୁ ଅନେକ ପ୍ରଣୀତ କୂଅ ବୋଲି କୁହନ୍ତି । ଏହି କୂଅର ରକ୍ଷକ ହେଉଛନ୍ତି ମା'ଶୀତଳା । ସିଂହଦ୍ୱାର ପ୍ରବେଶପଥର ଦକ୍ଷିଣ ପଟ ବେଢା ମଧ୍ୟରେ ବିରାଜିତ ପାତାଳ ସମ୍ଭୂତା ମା'ଶୀତଳାଙ୍କର କେବଳ ମସ୍ତକଟି ଦେଖାଯାଏ । କଳିଯୁଗ ଶେଷରେ ଦେବୀ ସଂପୂର୍ଣ୍ଣ ଆବିର୍ଭାବ ହେବେ ବୋଲି ଜନଶ୍ରୁତି ରହିଛି । ଦେବ ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସୁନା କୂଅରୁ ପବିତ୍ର ଜଳ ଅଣାଯାଏ ।

ସ୍ନାନଯାତ୍ରା ଦିନ ରତ୍ନ ସିଂହାସନରୁ ଦଇତାପତି ସେବକମାନେ ପହଣ୍ଡି କରି ଶ୍ରୀଜୀଉଙ୍କୁ ସ୍ନାନ ମଣ୍ଡପରେ ଅବସ୍ଥାନ କରାଇଥାନ୍ତି । ପରେ ସ୍ନାନଯାତ୍ରା ନୀତି ଆରମ୍ଭ ହୋଇଥାଏ । ଉତ୍ତର ଦ୍ବାର ନିକଟରେ ଥିବା ସୂବର୍ଣ୍ଣ କୁଅରୁ 108 କଳସ ଜଳ ଅଣାଯାଇ ଏହାକୁ ମନ୍ତ୍ର ଦ୍ବାରା ଅଭିମନ୍ତ୍ରିତ କରାଯାଏ । ବର୍ଷ ତମାମ ଏହି କୂଅର ଜଳ ବ୍ୟବହାର ହୋଇନଥାଏ । କେବଳ ସ୍ନାନ ପୂର୍ଣ୍ଣିମାରେ ଜଳ ଆସି ମହାପ୍ରଭୁଙ୍କୁ ସ୍ନାନ କରାଯାଏ । ଏହି ଅଭିମନ୍ତ୍ରୀତ ଜଳରୁ 35 କଳସ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ, 33 ଗରା ବଡଠାକୁର ବଳଭଦ୍ରଙ୍କୁ , 22 ଗରା ଦେବୀ ସୁଭଦ୍ରାଙ୍କୁ ଓ 18 ଗରା ଜଳରେ ପ୍ରଭୁ ସୁଦର୍ଶନଙ୍କୁ ସ୍ନାନ କରାଯାଏ । ସ୍ନାନଯାତ୍ରା ପରେ ମହାପ୍ରଭୁଙ୍କୁ ଗଜାନନ ବେଶରେ ବିଭୂଷିତ କରାଯାଏ ।

କାହିଁକି ହୁଏ ଗଜାନନ ବେଶ ?

ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା ।

ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+