ରାଜ୍ୟକୁ ଫେରିବ କି ଲକଡାଉନ୍ ? ଜାଣନ୍ତୁ, କ’ଣ କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ?
ଅନ୍ୟ ରାଜ୍ୟ ତୁଳାନାରେ ବର୍ତ୍ତମାନ ଓଡ଼ିଶାର ସ୍ଥିତି ଭଲ ଅଛି । ତେଣୁ ନାଇଟ୍ କର୍ଫ୍ୟୁ କି ଲକଡାଉନ ଭଳି କଟକଣାର କିଛି ଆବଶ୍ୟକତା ନାହିଁ ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।
ଭୁବନେଶ୍ୱର: ସମଗ୍ର ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ଆମର ଯେତିକି ବିଦେଶ ଫେରନ୍ତା ଆସିଛନ୍ତି ସେମାନଙ୍କ ମଧ୍ୟରୁ ୧୮ ଜଣଙ୍କର ପଜିଟିଭ ବାହାରିଥିଲା । ଯାହା ମଧ୍ୟରୁ ୮ ଜଣ ଓମିକ୍ରନ ଭ୍ୟାରିୟାଣ୍ଟର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାକି ୧୦ ଜଣଙ୍କର ନେଗେଟିଭ ଆସିଛି ବୋଲି କହିଛନ୍ତି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

ଅନ୍ୟ ରାଜ୍ୟ ତୁଳାନାରେ ବର୍ତ୍ତମାନ ଓଡ଼ିଶାର ସ୍ଥିତି ଭଲ ଅଛି । ତେଣୁ ନାଇଟ୍ କର୍ଫ୍ୟୁ କି ଲକଡାଉନ ଭଳି କଟକଣାର କିଛି ଆବଶ୍ୟକତା ନାହିଁ । କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ଟେଷ୍ଟ ପଜିଟିଭ୍ ହାର ୧୦ ପ୍ରତିଶତ ଉପରେ ରହିଲେ, ହସ୍ପିଟାଲାଇଜେସନ ଆବଶ୍ୟକ ପଡିପାରେ, ସେହିପରି ରାଜ୍ୟରେ ସଂକ୍ରମଣ ବଢିଲେ ଲକଡାଉନ ଭଳି ନିୟମର ଆବଶ୍ୟକ ପଡିପାରେ ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

ଅନ୍ୟପକ୍ଷରେ, ଜାନୁଆରୀ ୩ ତାରିଖରୁ ପିଲାଙ୍କ ଟିକାକରଣ ଆରମ୍ଭ ହେଉଥିବା ବେଳେ ୧୦ରୁ ଦିଆଯିବ ବୁଷ୍ଟର ଡୋଜ । ଦେଶରେ ପ୍ରାୟ ୩ କୋଟି ସ୍ୱାସ୍ଥ୍ୟ କର୍ମୀ, ପାଖାପାଖି ସମାନ ସଂଖ୍ୟକ ଆଗ ଧାଡ଼ିର କୋଭିଡ ଯୋଦ୍ଧାଙ୍କୁ ଦିଆଯିବ କରୋନା ଟିକାର ତୃତୀୟ ଡୋଜ । ସେହିପରି ୬୦ ବର୍ଷରୁ ଅଧିକ ଏବଂ ଏକାଧିକ ରୋଗ ଥିବା ପାଖାପାଖି ୩କୋଟି ଲୋକ ନେଇପାରିବେ ବୁଷ୍ଟର ଡୋଜ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications