ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ: ବାତ୍ୟା ନେଇ କୌଣସି ସୂଚନା ନାହିଁ
Odisha Weather: ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହା ଉତ୍ତର-ପଶ୍ଚିନ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହେବା ଆଶଙ୍କା ରହିଛି ।

ଏହା ପ୍ରଭାବରେ ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଏପର୍ଯ୍ୟନ୍ତ ଏନେଇ କୌଣସି ୱାର୍ଣ୍ଣିଂ ଜାରି କରାଯାଇ ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ଚିତ୍ର ଆହୁରି ସ୍ପଷ୍ଟ ହେବ ବୋଲି ମନୋରମା କହିଛନ୍ତି। ତେବେ ବାତ୍ୟା ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୂଚନା ନାହିଁ।












Click it and Unblock the Notifications