ବାତ୍ୟା 'ମାଣ୍ଡୋସ୍' ପାଇଁ ଶୀତ କମିବ, ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା

ସମ୍ଭାବ୍ୟ ବାତ୍ୟାର ପ୍ରଭାବ ରାଜ୍ୟ ଉପରେ ସିଧାସଳଖ ପଡିବ ନାହିଁ । ବାତ୍ୟାର ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ପ୍ରଭାବ ରାଜ୍ୟ ଉପରେ ସିଧାସଳଖ ପଡିବ ନାହିଁ । ବାତ୍ୟାର ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ବୋଲି ଟ୍ବିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୧୦ ତାରିଖରେ ଏହି ସବୁ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Cyclone Mandous

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଡ. ଉମାଶଙ୍କର ଦାସ କହିଛନ୍ତି, ଓଡ଼ିଶା ଉପରେ ବାତ୍ୟାର ପ୍ରାୟତଃ ପ୍ରଭାବ ରହିବନି । କିନ୍ତୁ ଦକ୍ଷିଣ ଓଡ଼ିଶାରେ ପାଗ ମେଘୁଆ ରହିବ । କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ବଢ଼ିଯିବ । ଏଥିପାଇଁ ଶୀତ କମିବ । ୮ ଓ ୯ ତାରିଖ ଅଧିକ ଶୀତ ଅନୁଭୂତ ହେବନି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶ ବୈଜ୍ଞାନିକ ଏଚ୍‌.ଆର୍‌ ବିଶ୍ୱାସ କହିବା ଅନୁସାରେ ଆଗାମୀ ୩ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁର ମାତ୍ରା ବୃଦ୍ଧି ସହ ରାତ୍ରି ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି।

ସେ ଆହୁରି କହିଛନ୍ତି, ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। କିନ୍ତୁ ୧୦ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବା ରହିଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି ।

ସୂଚନାଥାଉ କି, ସୋମବାର ରାଜ୍ୟର ୧୨ ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ଥିଲା । ସୁନ୍ଦରଗଡ଼ର କିରେଇରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରେକର୍ଡ ହୋଇଛି । ଦାରିଙ୍ଗିବାଡ଼ି ଓ ଜି. ଉଦୟଗିରିରେ ୧୨, ଫୁଲବାଣୀରେ ୧୨.୫, ସିମିଳିଗୁଡ଼ାରେ ୧୨.୬, ସୁନ୍ଦରଗଡ଼ରେ ୧୨.୮, କୋରାପୁଟରେ ୧୩, କେନ୍ଦୁଝରରେ ୧୩.୪, ରାଣୀତାଳରେ ୧୩.୫, ଭବାନୀପାଟଣାରେ ୧୪.୨, ବାରିପଦାରେ ୧୪.୫, ବାଲେଶ୍ୱରରେ ୧୪.୫, ଅନୁଗୁଳରେ ୧୪.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+