ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ
Odisha News: ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ । ଅଧିବେଶନ ପୂର୍ବରୁ ବିଧାନସଭା ପରିସରରେ ସମ୍ବିଧାନ ଦିବସ ପାଳିତ ହୋଇଛି । ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ବାଚସ୍ପତି, ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ଓ ବିଧାୟକ । ଆଜିଠୁ ୩୧ ଯାଏ ଏହି ଅଧିବେଶନ ଜାରି ରହିବ, ଏଥିରେ ୩୦ଟି କାର୍ଯ୍ୟ ଦିବସ ରହିବ ।

ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ବାଚସ୍ପତି, ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ଓ ବିଧାୟକ । ଆଜିଠୁ ୩୧ ଯାଏ ଏହି ଅଧିବେଶନ ଜାରି ରହିବ, ଏଥିରେ ୩୦ଟି କାର୍ଯ୍ୟ ଦିବସ ରହିବ । ଅମ୍ବଟାକୁଆ ମୃତ୍ୟୁ ମାମଲା, ଧାନକିଣାରେ ଅବ୍ୟବସ୍ଥା, ଆଇନଶୃଙ୍ଖଳା ପିରିସ୍ଥିତି ଖରା, ଆଦାନୀ ବିବାଦ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବେ ବିରୋଧି ।
ସେହିପରି ବିଧାନସଭା ଅଧିବେଶନ ପାଇଁ ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳ ପୋଲିସ ଛାଉଣୀ ହେବ। ଏଥିପାଇଁ ମୁତୟନ ହୋଇଛନ୍ତି ୩୦ ପ୍ଲାଟୁନ ଫୋର୍ସ। ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିସ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ ସ୍କ୍ୱାଡ, ଅଗ୍ନିଶମ ବିଭାଗ ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ। ଲୋୟର ପିଏମଜିରେ ଏଥର ଧାରଣା ପାଇଁ ଅନୁମତି ମିଳିବ ନାହିଁ।
ତଥାପି ମଧ୍ୟ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ସଂଲଗ୍ନ ରାସ୍ତାରେ ସିସିଟିଭି ବ୍ୟବସ୍ଥା ହେବ। ସୁରକ୍ଷାକୁ ଅଧିକ କଡାକଡି କରିବା ପାଇଁ ଅସ୍ଥାୟୀ କଣ୍ଟ୍ରୋଲ ରୁମ ବ୍ୟବସ୍ଥା କରାଯାଇଛି । ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଆହୋରାତ୍ର ଜଗିବେ। ବିଧାନସଭା ଛାତ ଉପରେ ରୁଫ ଟଫ ପୋଲିସ ରହିବେ। ପ୍ରବେଶ ପଥରେ ଚେକପୋଷ୍ଟ କରାଯିବା ସହିତ ବିଧାନସଭାକୁ ସଂଯୋଗ କରୁଥିବା ରୁଟକୁ ଡାଇଭର୍ଟ କରାଯିବ।












Click it and Unblock the Notifications