ପୁଣି ବଢ଼ିବ ରାଜ୍ୟରେ ଶୀତ, ଦୁଇ ସପ୍ତାହ ଯାଏଁ ନିସ୍ତାର ନାହିଁ
ଆସନ୍ତା ଦୁଇ ସପ୍ତାହ ଯାଏ ସ୍ୱଭାବିକଠାରୁ ଅଧିକ ଶୀତ ରହିବ । ଶୀତ ଲହରି ଜାରି ରହିବ । ଶୁକ୍ରବାରଠୁ ଫେବ୍ରୁଆରୀ ୫ ତାରିଖ ଯାଏ ସର୍ବନିମ୍ନ ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ । ଉପକୂଳ ଓ ଏହାର ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ୧୪ରୁ ୧୮ ଡିଗ୍ରୀ ରହିବ । ସେହିପରି ଆସନ୍ତା ଫେବ୍ରୁଆରୀ ୬ରୁ ୧୨ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ୬ରୁ ୧୦ ଡିଗ୍ରୀ ରହିବ ।

ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ । ଉତ୍ତର ଉପକୂଳ ଅଞ୍ଚଳରେ ୧୪ରୁ ୧୬ ଡିଗ୍ରୀ ତାପମାତ୍ରା ରହିବ । ସାଧାରଣଠୁ କମ୍ ତାପମାତ୍ରା ରହିବ । ଏପରି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ସପ୍ତାହ ଯାଏ ପୂର୍ବ ଭାରତ ଅଞ୍ଚଳରେ ସ୍ୱାଭାବିକଠୁ ୨ରୁ ୪ ଡିଗ୍ରୀ କମ୍ ତାପମାତ୍ରା ରହିବ ।
ଏହି କ୍ରମରେ ଓଡ଼ିଶାରେ ମଧ୍ୟ ସର୍ବନିମ୍ନ ତାପମାତ୍ରା କମ ରହିବ । ଶୁକ୍ରବାର ଜଗତ୍ସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିବ ।
-
ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ -
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ -
ରାଜ୍ୟର ୮୬ ଜେଲ୍ରେ ଅଛନ୍ତି ୧୮ ହଜାର ୧୭୬ ଜଣ କଏଦୀ, ୧୭ଜଣ ଫେରାର୍ -
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍-ଟ୍ରେଜରୀ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ












Click it and Unblock the Notifications