ପୁଣି ରାଜ୍ୟକୁ ଫେରିବ ଶୀତ, ୩ ଡିଗ୍ରୀ କମିବ ତାପମାତ୍ରା

ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ।

Winter

ସେହିପରି ଆଜି ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଶୁଖିଲା ପାଗ ରହିବା ସହ ଘନ କୁହୁଡ଼ି ହେବ । ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବର୍ତ୍ତମାନ ରାଜ୍ୟରେ ଶୀତର ପ୍ରଭାବ କମ ଥିବା ବେଳେ ଆଗାମୀ ୨ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ପରେ ୨ ରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମିବା ସହ ପୁଣି ଶୀତ ବଢ଼ିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+