ବାତ୍ୟାକୁ ନେଇ ଆସିଲା ବଡ ଖବର, ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା 'ଦାନା' ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି।

Cyclone Dana

ମଙ୍ଗଳବାର କୌଣସି ଜିଲାକୁ ସତର୍କ ସୂଚନ ନ ଥିଲା ବେଳେ ବୁଧବାରରୁ ଗୁରୁବାର ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଏବଂ ପୁରୀ ଜିଲାରେ ବିଜୁଳି ଘଡଘଡି ସହିତ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ତେବେ ଗୁରୁବାରରୁ ଶୁକ୍ରବାର ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁରରେ କିଛି ସ୍ଥାନରେ ଅତ୍ୟଧିକ ମାତ୍ରାରେ ବର୍ଷା ତଥା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ୍ ୱାର୍ନିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଂଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏଥିସହିତ ସୁନ୍ଦରଗଡ଼, ଝାରସୁଗୁଡା, ଦେଓଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଗଜପତି, କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏସବୁ ଜିଲାଉ ୟେଲୋ ୱାର୍ନିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+